ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ ଓ ମାମିଙ୍କ ଭଉଣୀ ଘରୁ ଟାଣି ନେଇ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ରବିବାର ମଧ୍ୟାହ୍ନରେ ବୃଦ୍ଧା ଜଣଙ୍କ ଘରେ ଏକୁଟିଆ ଥିବାବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ଆକ୍ରମଣ କରାଯାଇଥିଲା। ବୃଦ୍ଧାଙ୍କ ଝିଅ ଏନ. ପଦ୍ମା ରେଡ୍ଡୀ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୪୬/୨୬ ଅନୁଯାୟୀ ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ଘଟଣାର ତଦନ୍ତ ଚଳାଇଛନ୍ତି। ସୂଚନାଯୋଗ୍ୟ, ଘରର କାନ୍ଥ ନିର୍ମାଣକୁ କେନ୍ଦ୍ରକରି ଦୁଇ ପଡୋଶୀଙ୍କ ମଧ୍ୟରେ ଦୀର୍ଘବର୍ଷ ଧରି ଶତ୍ରୁତା ଲାଗିରହିଛି।

Dharitri – Odisha’s No.1 Odia Daily

Share