ହିଞ୍ଜିଳିକାଟୁ,୨୬ା୭(ଦ୍ୱିତୀକୃଷ୍ଣ ପଣ୍ଡା): ଟିପିଏସ୍ଓଡିଏଲ ଭିଜିଲାନ୍ସ ଟିମ୍କୁ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଆକ୍ରମଣ ଘଟଣାରେ ବୁଧବାର ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ । ମଙ୍ଗଳବାର ବିଦ୍ୟୁତ ଭିଜିଲାନ୍ସର ଏକ ଟିମ୍ ବିଦ୍ୟୁତ ଟାମ୍ପରିଂ ଯାଞ୍ଚ ପାଇଁ କାଞ୍ଜିଆମା ଗାଁ ଯାଇଥିଲେ। ରାମକୃଷ୍ଣଙ୍କ ଘରର ମିଟର ଯାଞ୍ଚ ବେଳେ ସେ ଉତ୍ତ୍ୟକ୍ତ ହୋଇ ଭିଜିଲାନ୍ସ କର୍ମଚାରୀଙ୍କୁ ଗାଳିଗୁଲଜ କରିଥିଲେ। ପରେ ଗ୍ରାମର କିଛି ଲୋକେ ମିଶି ଭିଜିଲାନ୍ସ ଏନ୍ଫୋର୍ସମେଣ୍ଟ ଟିମ୍ର ଲାଇନମ୍ୟାନ୍ ବରେନ୍ଦ୍ର କୁମାର ନିଶଙ୍କଙ୍କୁ ଆକ୍ରମଣ କରିବା ସହ ତାଙ୍କର ଫୋନ ନେଇ ଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଟିପିଏସ୍ଓଡିଏଏଲ୍ ଭିଜିଲାନ୍ସ ଏନ୍ଫୋର୍ସମେଣ୍ଟ ସହକାରୀ ନିର୍ବାହୀ ଯନ୍ତ୍ରୀ ନନ୍ଦ କିଶୋର ଦାଶ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ୍ ନଂ- ୫୩୪/୨୩ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ବୁଧବାର ରାମକୃଷ୍ଣଙ୍କୁ ପୋଲିସ ଗିରଫ କରିବା ସହ ଲୁଟ୍ ମୋବାଇଲ ଜବତ କରିଛି। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଆଇଆଇସି ଅଭିମନ୍ୟୁ ଦାସଙ୍କ ସୂତ୍ରରୁ ପ୍ରକାଶ।
Posted inଆମ ଜିଲା ଖବର, ଗଞ୍ଜାମ View All
ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...
ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି
ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...
ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ
ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...
ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...
ଗଞ୍ଜେଇ ଜବତ, ଜଣେ ଗିରଫ
ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...
ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ
ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...
ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ
ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ...
Archives


