ନକଲି ମାୱା ମସଲା, ଗୁଟ୍‌ଖା କାରଖାନାରେ ଚଢ଼ାଉ

ଦିଗପହଣ୍ଡି,୧୩।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଚାଲିଥିବା ନକଲି ମାୱା ମସଲା ଏବଂ ଗୁଟ୍‌ଖା କାରଖାନା ଉପରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ମାଦକ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ଶେରଗଡ଼ ଥାନା କୁରୁଳା ଗ୍ରାମର ଶିବଶଙ୍କର ପଣ୍ଡିତଙ୍କୁ ପୋଲିସ ଶନିବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଯାଇଛି। ଉକ୍ତ କାରଖାନାରେ ବେଆଇନ ଭାବେ ତମାଖୁରୁ ପ୍ରସ୍ତୁତ ମାୱା ମସଲା ଓ ଗୁଟ୍‌ଖାକୁ ବିଭିନ୍ନ ନାମୀଦାମୀ କମ୍ପାନୀର ନକଲି ଲେବୁଲ ଲଗାଇ ଗ୍ରାମାଞ୍ଚଳରେ ବିକ୍ରି କରାଯାଉଥିଲା। ପାଟପୁର ପୋଲିସ ରାତିରେ ଡେଙ୍ଗାଉସ୍ତା ଗ୍ରାମରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗୁଟ୍‌ଖା ବୋଝେଇ ଗାଡ଼ିକୁ ସନ୍ଦେହ କରି ଅଟକ ରଖିଥିଲା। ପଚରାଉଚୁରା କରିବା ପରେ ଏସ.ଟିକରପଡ଼ା ଗ୍ରାମ ଗଣେଶନଗରଠାରେ ଏକ ଘରେ ବେଆଇନ ଭାବେ ମାୱା ମସଲା ଓ ଗୁଟ୍‌ଖା ପ୍ରସ୍ତୁତ କାରଖାନା ଚାଲିଥିବା ସୂଚନା ମିଳିଥିଲା। ପୋଲିସ ଟିମ୍‌ ସେଠାରେ ଚଢାଉ କରି ମାୱା ମସଲା ପ୍ରସ୍ତୁତ ମେଶିନ, ମୋଟର ସମେତ ବିପୁଳ ପରିମାଣର ତମାଖୁ, ପାନମହୁରି, ଗୁଣ୍ଡଗୁଆ, ଧନିଆ, ଗୁଟ୍‌ଖାରେ ମିଶ୍ରଣ ପାଇଁ ପ୍ରସ୍ତୁତ ପାଉଡର, ୫୫୫ ଲେଖାଥିବା ବିପୁଳ ପରିମାଣର ଲେବୁଲ୍‌ ଆଦି ଜବତ କରିଥିଲା। ଏ ନେଇ ପାଟପୁର ଥାନା ନଂ. ୫୦/୨୨ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଦୀର୍ଘଦିନ ହେଲା ଏହି ବେଆଇନ କାରଖାନା ଚଳାଇଥିବା ଶିବଶଙ୍କରଙ୍କୁ ପୋଲିସ ଗିରଫ କରିଥିଲା ବୋଲି ପାଟପୁର ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?