ମହିଳା ହୋମଗାର୍ଡଙ୍କୁ ଆକ୍ରମଣ ମାମଲା: ସ୍ବାମୀଙ୍କ ସମେତ ୨ ଦେଡ଼ଶୁର ଗଲେ ଜେଲ୍‌

ଦିଗପହଣ୍ଡି,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ନର୍ମଦା ପଣ୍ଡାଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ରବିବାର ତାଙ୍କ ସ୍ବାମୀ ରାଧାଶ୍ୟାମ ନନ୍ଦ, ଦେଡ଼ଶୁର ଜଗଦୀଶ ନନ୍ଦ, ପୀତବାସ ନନ୍ଦଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। କେସ ନଂ.୨୦୩/୨୦ରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ମଧ୍ୟାହ୍ନରେ ନର୍ମଦା ସ୍କୁଟିରେ ଘରୁ ବସଷ୍ଟାଣ୍ଡ ଆସୁଥିବା ବେଳେ ବର୍ଷା ହେବାରୁ ଜନତାଲେନ୍‌ ରାଣୀ ସାହି ଛକରେ ଥିବା ତାଙ୍କ ସ୍ବାମୀଙ୍କ ରାଶନ ଦୋକାନ ନିକଟ ଏକ ଡ୍ରେସ ଦୋକାନ ବାରଣ୍ଡାରେ ସେ ଠିଆ ହୋଇଥିବା ବେଳେ ସ୍ବାମୀ ତାଙ୍କୁ ଗାଳିଗୁଲଜ କରିଥିଲେ। ପ୍ରତିବାଦ କରିବାରୁ ତାଙ୍କୁ ଦୋକାନ ଭିତରକୁ ଟାଣି ନେଇ ଛୁରିରେ ହାତକୁ ଆଘାତ କରିବା ସହ ନିସ୍ତୁକ ମାଡ଼ ମାରିଥିଲେ। ଏପରିକି ଦୋକାନ ବାହାର ପଟୁ ତାଲା ପକାଇ ତାଙ୍କୁ ସ୍ବାମୀ, ଦେଢ଼ଶୁର ଓ ୨ ଜଣ ପୁତୁରା ଦୀର୍ଘ ସମୟ ଅଟକ ରଖି ନିର୍ଯାତନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ନର୍ମଦାଙ୍କ ବିବାହ ପରଠାରୁ ସ୍ବାମୀ, ଦେଡ଼ଶୁରଙ୍କ ସମେତ ପୁତୁରାମାନେ ତାଙ୍କୁ ବିଭିନ୍ନ ସମୟରେ ଧମକ ଦେବା ସହ ଜୀବନରେ ମାରିଦେବାକୁ ଷଡ଼ଯନ୍ତ୍ର କରି ଆସୁଥିବା ଏତଲାରେ ଉଲ୍ଲେଖ ଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?