ମହିଳା ହୋମଗାର୍ଡଙ୍କୁ ଆକ୍ରମଣ ମାମଲା: ସ୍ବାମୀଙ୍କ ସମେତ ୨ ଦେଡ଼ଶୁର ଗଲେ ଜେଲ୍‌

ଦିଗପହଣ୍ଡି,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ନର୍ମଦା ପଣ୍ଡାଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ରବିବାର ତାଙ୍କ ସ୍ବାମୀ ରାଧାଶ୍ୟାମ ନନ୍ଦ, ଦେଡ଼ଶୁର ଜଗଦୀଶ ନନ୍ଦ, ପୀତବାସ ନନ୍ଦଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। କେସ ନଂ.୨୦୩/୨୦ରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ମଧ୍ୟାହ୍ନରେ ନର୍ମଦା ସ୍କୁଟିରେ ଘରୁ ବସଷ୍ଟାଣ୍ଡ ଆସୁଥିବା ବେଳେ ବର୍ଷା ହେବାରୁ ଜନତାଲେନ୍‌ ରାଣୀ ସାହି ଛକରେ ଥିବା ତାଙ୍କ ସ୍ବାମୀଙ୍କ ରାଶନ ଦୋକାନ ନିକଟ ଏକ ଡ୍ରେସ ଦୋକାନ ବାରଣ୍ଡାରେ ସେ ଠିଆ ହୋଇଥିବା ବେଳେ ସ୍ବାମୀ ତାଙ୍କୁ ଗାଳିଗୁଲଜ କରିଥିଲେ। ପ୍ରତିବାଦ କରିବାରୁ ତାଙ୍କୁ ଦୋକାନ ଭିତରକୁ ଟାଣି ନେଇ ଛୁରିରେ ହାତକୁ ଆଘାତ କରିବା ସହ ନିସ୍ତୁକ ମାଡ଼ ମାରିଥିଲେ। ଏପରିକି ଦୋକାନ ବାହାର ପଟୁ ତାଲା ପକାଇ ତାଙ୍କୁ ସ୍ବାମୀ, ଦେଢ଼ଶୁର ଓ ୨ ଜଣ ପୁତୁରା ଦୀର୍ଘ ସମୟ ଅଟକ ରଖି ନିର୍ଯାତନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ନର୍ମଦାଙ୍କ ବିବାହ ପରଠାରୁ ସ୍ବାମୀ, ଦେଡ଼ଶୁରଙ୍କ ସମେତ ପୁତୁରାମାନେ ତାଙ୍କୁ ବିଭିନ୍ନ ସମୟରେ ଧମକ ଦେବା ସହ ଜୀବନରେ ମାରିଦେବାକୁ ଷଡ଼ଯନ୍ତ୍ର କରି ଆସୁଥିବା ଏତଲାରେ ଉଲ୍ଲେଖ ଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri