ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୁମ ଛେଚିବା ସହ ପୋଲିସ ଜିମା ଦେଇଛନ୍ତି।
ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର ଜନୈକା ଯୁବତୀ ଉକ୍ତ ଶାଖା ଡାକ ଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଠଣାପଲ୍ଲୀ ଗ୍ରାମର ରାକେଶ ବେହେରା ପୋଷ୍ଟ ଅଫିସରେ ପହଞ୍ଚିି ଏକ କଟୁରିରେ ପୋଷ୍ଟମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପୋଷ୍ଟମାଷ୍ଟରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଆକ୍ରମଣକାରୀ ଯୁବକଙ୍କୁ କାବୁ କରି ଏକ ଦଉଡ଼ିରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଖବରପାଇ ଝାରପୋଖରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଉଦ୍ଧାର କରିବା ସହିତ ଆକ୍ରମଣରେ ବ୍ୟବହୃତ କଟୁରିକୁ ଜବତ କରିଛି। ଆହତ ପୋଷ୍ଟମାଷ୍ଟର ଚିକିତ୍ସା ପାଇଁ ଶୀର୍ଷା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଆକ୍ରମଣର କାରଣ ସ୍ପଷ୍ଟ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri