ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୁମ ଛେଚିବା ସହ ପୋଲିସ ଜିମା ଦେଇଛନ୍ତି।
ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର ଜନୈକା ଯୁବତୀ ଉକ୍ତ ଶାଖା ଡାକ ଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଠଣାପଲ୍ଲୀ ଗ୍ରାମର ରାକେଶ ବେହେରା ପୋଷ୍ଟ ଅଫିସରେ ପହଞ୍ଚିି ଏକ କଟୁରିରେ ପୋଷ୍ଟମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପୋଷ୍ଟମାଷ୍ଟରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଆକ୍ରମଣକାରୀ ଯୁବକଙ୍କୁ କାବୁ କରି ଏକ ଦଉଡ଼ିରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ଖବରପାଇ ଝାରପୋଖରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଉଦ୍ଧାର କରିବା ସହିତ ଆକ୍ରମଣରେ ବ୍ୟବହୃତ କଟୁରିକୁ ଜବତ କରିଛି। ଆହତ ପୋଷ୍ଟମାଷ୍ଟର ଚିକିତ୍ସା ପାଇଁ ଶୀର୍ଷା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଆକ୍ରମଣର କାରଣ ସ୍ପଷ୍ଟ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri