Posted inଜାତୀୟ

ନମାଜ ପାଠରୁ ବିଦେଶୀ ଛାତ୍ରଙ୍କୁ ଆକ୍ରମଣ

ଅହମଦାବାଦ/ନୂଆଦିଲ୍ଲୀ,୧୮ା୩: ଅହମଦାବାଦସ୍ଥିତ ଗୁଜରାଟ ବିଶ୍ୱବିଦ୍ୟାଳୟର ‘ଏ’ ବ୍ଲକ୍‌ ହଷ୍ଟେଲରେ ବିଦେଶୀ ଛାତ୍ରମାନେ ନମାଜ ପାଠ କରିବାରୁ ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ଏକ ଗୋଷ୍ଠୀ ପକ୍ଷରୁ ସେମାନଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏଥିରେ ୫ ଛାତ୍ର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଶ୍ରୀଲଙ୍କା ଓ ତାଜିକିସ୍ତାନର ଜଣେ ଲେଖାଏ ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାମୁଛା ପିନ୍ଧି ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଇଥିବା ଜଣେ ଆକ୍ରମଣକାରୀଙ୍କୁ ଚିହ୍ନଟ କରାଯାଇଛି। କିନ୍ତୁ ଅହମଦାବାଦ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ସକ୍ଷମ ହୋଇପାରିନାହିଁ।
ସରକାରଙ୍କ ଦ୍ୱାରା ପରିଚାଳିତ ଗୁଜରାଟ ୟୁନିଭର୍ସିଟିରେ ଆଫଗାନିସ୍ତାନ, ତାଜିକିସ୍ତାନ, ଶ୍ରୀଲଙ୍କା ଓ ଅନ୍ୟ କେତେକ ରାଷ୍ଟ୍ରର ପ୍ରାୟ ୩୦୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ‘ଏ’ ବ୍ଲକ୍‌ ହଷ୍ଟେଲରେ ପ୍ରାୟ ୭୫ ଛାତ୍ରୀଛାତ୍ର ରୁହନ୍ତି। ଶନିବାର ରାତି ପ୍ରାୟ ୧୦ଟା ୫୦ରେ ଉକ୍ତ ହଷ୍ଟେଲକୁ ୨ ଡଜନରୁ ଊର୍ଦ୍ଧ୍ୱ ବ୍ୟକ୍ତି ପ୍ରବେଶ କରିଥିଲେ। ଛାତ୍ରାବାସରେ ରହୁଥିବା ବିଦେଶୀ ଛାତ୍ରମାନେ ସେଠାରେ ନମାଜ ପାଠ କରୁଥିବାରୁ ସେମାନେ ଆପତ୍ତି ଉଠାଇଥିଲେ। ଅଣଛାତ୍ର ଗୋଷ୍ଠୀ ସେମାନଙ୍କୁ କୌଣସି ମସ୍‌ଜିଦକୁ ଯାଇ ନମାଜ ପାଠ କରିବାକୁ କହିଥିଲେ। ଏହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଣଛାତ୍ର ଗୋଷ୍ଠୀ ଉତ୍ତ୍ୟକ୍ତ ହୋଇ ବିଦେଶୀ ଛାତ୍ରଙ୍କ ଉପରେ ଟେକାମାଡ଼ ସହ ସେମାନଙ୍କ ରୁମ୍‌ଗୁଡ଼ିକରେ ଭଙ୍ଗାରୁଜା କରିଥିଲେ। କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲ୍‌ ଯିବା ପରେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ପୋଲିସ କମିଶନର ଜିଏସ୍‌ ମଲିକ୍‌ କହିଛନ୍ତି, ୨୦-୨୫ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ପାଇଁ ଏକ ୯ ଜଣିଆ ଟିମ୍‌ ଗଠନ କରାଯାଇଛି। ଗୃହମନ୍ତ୍ରୀ ହର୍ଷ ସାଙ୍ଘ୍‌ଭୀ ପୋଲିସ ଅଧିକାରୀମାନଙ୍କ ସହ ବୈଠକ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ କୁଳପତି ନୀରଜ ଗୁପ୍ତା କହିଛନ୍ତି, ହଷ୍ଟେଲରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ସରକାର ଓ ପୋଲିସ ଏହି ପ୍ରସଙ୍ଗକୁ ଗମ୍ଭୀରତା ସହ ନେଇଛନ୍ତି। ତଦନ୍ତ ଚାଲିଛି। ସେହିପରି ଗୁଜରାଟ ସରକାର ଆକ୍ରମଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୈସଓ୍ବାଲ ନିଜ ଏକ୍ସ’ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?