Posted inଜାତୀୟ

ନମାଜ ପାଠରୁ ବିଦେଶୀ ଛାତ୍ରଙ୍କୁ ଆକ୍ରମଣ

ଅହମଦାବାଦ/ନୂଆଦିଲ୍ଲୀ,୧୮ା୩: ଅହମଦାବାଦସ୍ଥିତ ଗୁଜରାଟ ବିଶ୍ୱବିଦ୍ୟାଳୟର ‘ଏ’ ବ୍ଲକ୍‌ ହଷ୍ଟେଲରେ ବିଦେଶୀ ଛାତ୍ରମାନେ ନମାଜ ପାଠ କରିବାରୁ ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ଏକ ଗୋଷ୍ଠୀ ପକ୍ଷରୁ ସେମାନଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏଥିରେ ୫ ଛାତ୍ର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଶ୍ରୀଲଙ୍କା ଓ ତାଜିକିସ୍ତାନର ଜଣେ ଲେଖାଏ ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାମୁଛା ପିନ୍ଧି ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଇଥିବା ଜଣେ ଆକ୍ରମଣକାରୀଙ୍କୁ ଚିହ୍ନଟ କରାଯାଇଛି। କିନ୍ତୁ ଅହମଦାବାଦ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ସକ୍ଷମ ହୋଇପାରିନାହିଁ।
ସରକାରଙ୍କ ଦ୍ୱାରା ପରିଚାଳିତ ଗୁଜରାଟ ୟୁନିଭର୍ସିଟିରେ ଆଫଗାନିସ୍ତାନ, ତାଜିକିସ୍ତାନ, ଶ୍ରୀଲଙ୍କା ଓ ଅନ୍ୟ କେତେକ ରାଷ୍ଟ୍ରର ପ୍ରାୟ ୩୦୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ‘ଏ’ ବ୍ଲକ୍‌ ହଷ୍ଟେଲରେ ପ୍ରାୟ ୭୫ ଛାତ୍ରୀଛାତ୍ର ରୁହନ୍ତି। ଶନିବାର ରାତି ପ୍ରାୟ ୧୦ଟା ୫୦ରେ ଉକ୍ତ ହଷ୍ଟେଲକୁ ୨ ଡଜନରୁ ଊର୍ଦ୍ଧ୍ୱ ବ୍ୟକ୍ତି ପ୍ରବେଶ କରିଥିଲେ। ଛାତ୍ରାବାସରେ ରହୁଥିବା ବିଦେଶୀ ଛାତ୍ରମାନେ ସେଠାରେ ନମାଜ ପାଠ କରୁଥିବାରୁ ସେମାନେ ଆପତ୍ତି ଉଠାଇଥିଲେ। ଅଣଛାତ୍ର ଗୋଷ୍ଠୀ ସେମାନଙ୍କୁ କୌଣସି ମସ୍‌ଜିଦକୁ ଯାଇ ନମାଜ ପାଠ କରିବାକୁ କହିଥିଲେ। ଏହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଣଛାତ୍ର ଗୋଷ୍ଠୀ ଉତ୍ତ୍ୟକ୍ତ ହୋଇ ବିଦେଶୀ ଛାତ୍ରଙ୍କ ଉପରେ ଟେକାମାଡ଼ ସହ ସେମାନଙ୍କ ରୁମ୍‌ଗୁଡ଼ିକରେ ଭଙ୍ଗାରୁଜା କରିଥିଲେ। କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲ୍‌ ଯିବା ପରେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ପୋଲିସ କମିଶନର ଜିଏସ୍‌ ମଲିକ୍‌ କହିଛନ୍ତି, ୨୦-୨୫ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ପାଇଁ ଏକ ୯ ଜଣିଆ ଟିମ୍‌ ଗଠନ କରାଯାଇଛି। ଗୃହମନ୍ତ୍ରୀ ହର୍ଷ ସାଙ୍ଘ୍‌ଭୀ ପୋଲିସ ଅଧିକାରୀମାନଙ୍କ ସହ ବୈଠକ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ କୁଳପତି ନୀରଜ ଗୁପ୍ତା କହିଛନ୍ତି, ହଷ୍ଟେଲରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ସରକାର ଓ ପୋଲିସ ଏହି ପ୍ରସଙ୍ଗକୁ ଗମ୍ଭୀରତା ସହ ନେଇଛନ୍ତି। ତଦନ୍ତ ଚାଲିଛି। ସେହିପରି ଗୁଜରାଟ ସରକାର ଆକ୍ରମଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୈସଓ୍ବାଲ ନିଜ ଏକ୍ସ’ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri