ନୱାଜ ଶରିଫଙ୍କ ଲଣ୍ଡନ ସ୍ଥିତ କାର୍ଯ୍ୟାଳୟ ଉପରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ଲଣ୍ଡନ,୪ ।୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ମୁସଲିମ ଲିଗ-ନୱାଜ(ପିଏମଏଲ-ଏନ)ର ସୁପ୍ରିମୋ ନୱାଜ ଶରିଫଙ୍କ ଲଣ୍ଡନ ସ୍ଥିତ କାର୍ଯ୍ୟାଳୟରେ ରବିବାର ରାତିରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ଖବର ଅନୁଯାୟୀ, ରବିବାର ଶରିଫଙ୍କ ଲଣ୍ଡନ ସ୍ଥିତ କାର୍ଯ୍ୟାଳୟରେ ୧୫-୨୦ ଜଣ ଆକ୍ରମଣ କରିଥିଲେ । ଯେଉଁମାନଙ୍କ ମଧ୍ୟରୁ କେତେଜଣ ଫେଓ ମାସ୍କ ପିନ୍ଧିଥିଲେ । ସେଠାରେ ଥିବା (ପିଏମଏଲ-ଏନ)ର କେତେଜଣ କର୍ମୀ ଓ ଆକ୍ରମଣକାରୀ ମୁହାଁମୁହିଁ ହେବା ଫଳରେ ୩ ଜଣ ଆହତ ହୋଇଥିବା ଜଣାପଡିଛି ।
ଏହି ଆକ୍ରମଣରେ ପୋଲିସ ଏପର୍ଯ୍ୟନ୍ତ ୪ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ପୋଲିସ ୨ ଆକ୍ରମଣକାରୀ ଓ ୨ ପିଏମଏଲ-ଏନ କର୍ମୀଙ୍କୁ ଗିରଫ କରିଛି । ଗୋଟିଏ ପଟେ ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବର ଭୋଟିଂ ଥିବା ବେଳେ ଅନ୍ୟପଟେ ଶରିଫଙ୍କ କାର୍ଯ୍ୟାଳୟ ଉପରେ ଆକ୍ରମଣ ଏକ ରାଜନୈତିକ ଷଡଯନ୍ତ୍ର ବୋଲି କୁହାଯାଉଛି । ତେବେ ଶରିଫଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ତାଙ୍କ ଝିଅ ମରିୟମ କହିଛନ୍ତି ଇମ୍ରାନ ଖାଁଙ୍କୁ ଉସକାଇବା ଓ ଦେଶଦ୍ରୋହ ମାମଲାରେ ଗରିଫ କରାଯିବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri