ଜୁଆଆଡ୍ଡାରେ ଚଢ଼ାଉ: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ୧୦ ବାଇକ୍‌; ୪ ବୋଲେରୋ ଜବତ

ସୁନ୍ଦରଗଡ଼,୧୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା,୧୦ ବାଇକ୍‌, ୪ଟି ବୋଲେରୋ, ଗୋଟିଏ କାର୍‌ ସହ ୧୧ଟି ମୋବାଇଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ପୋଲିସ ୧୩ ଜଣଙ୍କୁ ଗିରଫ କରି ପରେ ଥାନାରୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଛି।

ପ୍ରକାଶ ଯେ, ଏହି ଥାନା ଅନ୍ତର୍ଗତ କପିଳାସ ନିକଟରେ ଜୁଆଖେଳ ଚାଲିଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ଏସ୍‌ପି ସାଗରିକା ନାଥଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲା। କୋଭିଡ ମହମାରୀକୁ ଖାତିର ନ କରି ସ୍ଥାନୀୟ ଓ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ପ୍ରାୟ ୧୩ ଜଣ ଏହି ଖେଳ ଖେଳୁଥିଲେ। ପୋଲିସ ଚଢ଼ାଉ ବେଳେ ଅଭିଯୁକ୍ତମାନେ ଦୌଡ଼ି ପଳାଇଥିଲେ। ପୋଲିସ ସେଠାରୁ ଘୁଡ଼ୁଘୁଡି ପଟି, ନଗଦ ୫ଲକ୍ଷ ୩୧ ହଜାର ୪୧୦ ଟଙ୍କା,୧୦ ବାଇକ୍‌, ଗୋଟିଏ ବୋଲେରୋ ୩ଟି କାର୍‌ ଜବତ କରିଛି। ଏଥିସହ ୧୧ଟି ମୋବାଇଲ, ଖେଳରେ ବ୍ୟବହୃତ ଘୁଡୁଘୁଡି ପଟି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏହି ଚଢ଼ାଉ ବେଳେ ଜୁଆଆଡ୍ଡାରେ ୨୫ରୁ ୩୦ ଜଣ ଥିଲେ। ପୋଲିସ ସ୍କ୍ବାଡକୁ ଦେଖି ସେମାନେ ସେଠାରୁ ଗାଡ଼ି ଓ ବାଇକ ଛାଡ଼ି ଦୌଡ଼ି ପଳାଇଥିଲେ। ସେମାନଙ୍କ ମଧ୍ୟରୁ ୧୩ ଜଣ ଗିରଫ କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri