ଜୁଆଆଡ୍ଡାରେ ଚଢ଼ାଉ: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ୧୦ ବାଇକ୍‌; ୪ ବୋଲେରୋ ଜବତ

ସୁନ୍ଦରଗଡ଼,୧୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା,୧୦ ବାଇକ୍‌, ୪ଟି ବୋଲେରୋ, ଗୋଟିଏ କାର୍‌ ସହ ୧୧ଟି ମୋବାଇଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ପୋଲିସ ୧୩ ଜଣଙ୍କୁ ଗିରଫ କରି ପରେ ଥାନାରୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଛି।

ପ୍ରକାଶ ଯେ, ଏହି ଥାନା ଅନ୍ତର୍ଗତ କପିଳାସ ନିକଟରେ ଜୁଆଖେଳ ଚାଲିଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ଏସ୍‌ପି ସାଗରିକା ନାଥଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲା। କୋଭିଡ ମହମାରୀକୁ ଖାତିର ନ କରି ସ୍ଥାନୀୟ ଓ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ପ୍ରାୟ ୧୩ ଜଣ ଏହି ଖେଳ ଖେଳୁଥିଲେ। ପୋଲିସ ଚଢ଼ାଉ ବେଳେ ଅଭିଯୁକ୍ତମାନେ ଦୌଡ଼ି ପଳାଇଥିଲେ। ପୋଲିସ ସେଠାରୁ ଘୁଡ଼ୁଘୁଡି ପଟି, ନଗଦ ୫ଲକ୍ଷ ୩୧ ହଜାର ୪୧୦ ଟଙ୍କା,୧୦ ବାଇକ୍‌, ଗୋଟିଏ ବୋଲେରୋ ୩ଟି କାର୍‌ ଜବତ କରିଛି। ଏଥିସହ ୧୧ଟି ମୋବାଇଲ, ଖେଳରେ ବ୍ୟବହୃତ ଘୁଡୁଘୁଡି ପଟି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏହି ଚଢ଼ାଉ ବେଳେ ଜୁଆଆଡ୍ଡାରେ ୨୫ରୁ ୩୦ ଜଣ ଥିଲେ। ପୋଲିସ ସ୍କ୍ବାଡକୁ ଦେଖି ସେମାନେ ସେଠାରୁ ଗାଡ଼ି ଓ ବାଇକ ଛାଡ଼ି ଦୌଡ଼ି ପଳାଇଥିଲେ। ସେମାନଙ୍କ ମଧ୍ୟରୁ ୧୩ ଜଣ ଗିରଫ କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri