ଗଣେଶ ମନ୍ଦିର ଉପରେ ଆକ୍ରମଣ, ୨୨ଙ୍କୁ ଦଣ୍ଡାଦେଶ, ୬୨ ଅଭିଯୁକ୍ତ ଖଲାସ …

ଇସଲାମାବାଦ, ୧୨।୫ : ଗତ ବର୍ଷ ପଞ୍ଜାବ ପ୍ରଦେଶର ଏକ ଗଣେଶ ମନ୍ଦିର ଉପରେ ହୋଇ୍‌ଥିବା ଆକ୍ରମଣ ମାମଲାରେ ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ୨୨ ଜଣଙ୍କୁ ପାଞ୍ଚ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଅପରପକ୍ଷରେ ୬୨ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ଖଲାସ କରାଯାଇଛି। ଜୁଲାଇ ୨୦୨୧ ରେ, ଲାହୋରଠାରୁ ପ୍ରାୟ ୫୯୦ କିଲୋମିଟର ଦୂରରେ ଥିବା ରହିମ ୟାର ଖାନ ଜିଲାର ଭୋଙ୍ଗ ସହରର ଥିବା ଗଣେଶ ମନ୍ଦିର ଉପରେ ସାମୁହିକ ଭାବେ ଲୋକେ ଆକ୍ରମଣ କରିଥିଲେ।

ଏକ ମଦ୍ରାସାକୁ ଅପବିତ୍ର କରିଥିବା ଜଣେ ଆଠ ବର୍ଷର ହିନ୍ଦୁ ବାଳକଙ୍କ ପାଇଁ ଏହି ମନ୍ଦିର ଉପରେ ଆକ୍ରମଣ କରାଯାଇଥିଲା। ଏହି ମାମଲାରେ ଗିରଫ ହୋଇଥିବା ୮୪ ଜଣ ସନ୍ଦିଗ୍ଧଙ୍କ ବିରୋଧରେ ଶୁଣାଣି ଗତ ବର୍ଷ ସେପ୍ଟେମ୍ବରରେ ଆରମ୍ଭ ହୋଇଥିଲା ଏବଂ ଗତ ସପ୍ତାହରେ ଏହି ଶୁଣାଣି ଶେଷ ହୋଇଥିଲା।

ଜଣେ କୋର୍ଟର ଅଧିକାରୀ ପିଟିଆଇକୁ କହିଛନ୍ତି ଯେ ବାହାୱାଲପୁରର ଆତଙ୍କବାଦ ବିରୋଧୀ କୋର୍ଟର ବିଚାରପତି ନାସିର ହୁସେନ ଏହି ମାମଲାର ଶୁଣାଣି କରି ରାୟ ଦେଇଛନ୍ତି। ବିଚାରପତି ୨୨ ଜଣଙ୍କ ଦୋଷୀ ସାବ୍ୟସ୍ତ କରି ସେମନେଙ୍କୁ ପାଞ୍ଚ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ତେବେ ଅନ୍ୟ ୬୨ ଜଣଙ୍କୁ ପ୍ରମାଣ ଅଭାବରୁ ଖଲାସ କରି ଦେଇଛନ୍ତି।

ଏହାପୂର୍ବରୁ ପାକିସ୍ତାନ ସଂସଦରେ ମଧ୍ୟ ଏହି ପ୍ରସଙ୍ଗରେ ଏକ ପ୍ରସ୍ତାବ ପାରିତ କରି ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରାଯାଇଥିଲା। ଏଥି ସହିତ କୋର୍ଟଙ୍କ ନିର୍ଦ୍ଦେଶରେ ସନ୍ଦିଗ୍ଧଙ୍କଠାରୁ ଜରିମାନା ଆଦାୟ କରାଯାଇ ମନ୍ଦିରର ନବୀକରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri