ସ୍ବାସ୍ଥ୍ୟ ଟିମ୍‌ ଉପରକୁ ଆକ୍ରମଣ

ଅରୈୟା,୧୬।୫: ସାରା ଦେଶରେ କରୋନା ମହାମାରୀ ତାଣ୍ଡବ ରଚୁଥିବା ବେଳେ ଏପର୍ଯ୍ୟନ୍ତ ଏହାର ଭୟାବହତାକୁ ବୁଝିପାରୁନାହାନ୍ତି ଲୋକେ। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ କେତେକ ଅମାନିଆ କୋଭିଡ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ସହରଗୁଡ଼ିକର ଅବସ୍ଥା ଅତ୍ୟନ୍ତ ଭୟାନକ ରହିଥିବା ବେଳେ ବର୍ତ୍ତମାନ କରୋନା କବଳରେ ଗାଁ ରହିଛି। ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଁାଗୁଡ଼ିକରେ ଘରେ ଘରେ ପରୀକ୍ଷା ଓ ସର୍ଭିଲାନ୍ସ ଉପରେ ସରକାର ଜୋର ଦେଇଛନ୍ତି। ଏଥିସହ କରୋନାକୁ ରୋକିବା ପାଇଁ ଟିକାକରଣ ଅଭିଯାନ ମଧ୍ୟ ଚଲାଯାଇଛି। ଯେଉଁଠି ଟିକାକାରଣକୁ କରୋନାର ବିଶଲ୍ୟକରଣୀ କୁହାଯାଉଛି ସେଠାରେ ଲୋକମାନେ ଏହାକୁ ନେବା ପାଇଁ ଅମଙ୍ଗ ହେବା ସହ ସ୍ବାସ୍ଥ୍ୟକର୍ମୀଙ୍କ ଉପରକୁ ଆକ୍ରମଣ କରୁଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିିଛି ଉତ୍ତରପ୍ରଦେଶ ଅରୈୟାରେ। ସୂଚନାଯୋଗ୍ୟ, ଅରୈୟା ଜିଲାର ସଦର କୋତଓ୍ବାଲି ଅଞ୍ଚଳର କାଦଲପୁର ଗାଁରେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଟିକାକରଣ ପାଇଁ ପହଞ୍ଚିଥିଲା। ସେହି ସମୟରେ ଗାଁର ମହିଳା, ପୁରୁଷ ଓ ପିଲାମାନେ ସେମାନଙ୍କ ଉପରକୁ ବାଡ଼ିଠେଙ୍ଗା ଧରି ଅତର୍କିତ ଆକ୍ରମଣ କରିଥିଲେ। ଆକ୍ରମଣ କରି ସେମାନଙ୍କୁ ଗାଁରୁ ବାହାରକୁ ବାହାର କରିଦେଇଥିଲେ। ଏହି ଘଟଣା ବାବଦରେ ସୂଚନା ମିଳିବା ପରେ ଏସ୍‌ଡିଏମ୍‌ ସଦର ରମେଶ ଯାଦବ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri