ହସ୍ପିଟାଲରେ ପଶି ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ

ଦଶମନ୍ତପୁର,୨୧ା୩(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପୋଡ଼ାଗଡ଼ ଉପସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣ ନ ଥାଇ ପୋଡ଼ାଗଡ଼ ଅଞ୍ଚଳର ୩ ଜଣ ଦୁର୍ବୃତ୍ତ ହସ୍ପିଟାଲ ଭିତରେ ପଶି ଜଣେ ସ୍ବାସ୍ଥ୍ୟକର୍ମୀ ଓ ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏନେଇ ଉଭୟେ ସଦର ଥାନାରେ ଏତଲା ଦେଇଛନ୍ତି।

ଆକ୍ରମଣର ଶିକାର ହୋଇଥିବା ସ୍ବାସ୍ଥ୍ୟକର୍ମୀ ଜଣକ ହେଲେ ପ୍ରତାଶ ଜାନି (୪୫) ଓ ସୁରକ୍ଷାକର୍ମୀ ଜଲମି ଡଙ୍ଗ୍ରି (୩୫) ବୋଲି ଜଣାପଡ଼ିଛି। ଖବରରୁ ଜଣାପଡିଛି, ୩ଜଣ ଦୁର୍ବୃତ୍ତ ହସ୍ପିଟାଲକୁ ଯାଇ ସ୍ବାସ୍ଥ୍ୟକର୍ମୀଙ୍କୁ ଏକ ଅଏଣ୍ଟମେଣ୍ଟ ଓ ଗଜ୍‌ କପଡ଼ା ମାଗିଥିଲେ। ସ୍ବାସ୍ଥ୍ୟ କର୍ମୀ ପ୍ରତାଶ ଅଇଣ୍ଟମେଣ୍ଟ ଦେଇଥିଲେ, ମାତ୍ର ଗଜ୍‌ କପଡ଼ା ପାଖରେ ନାହିଁ ,ଫାର୍ମାସିଷ୍ଟ ଘରକୁ ଚାଲିଗଲେଣି ଦେଇହେବ ନାହିଁ ବୋଲି କହିଥିଲେ।

ଏହା ଶୁଣି ସେହି ୩ ବ୍ୟକ୍ତି ତାଙ୍କୁ ଗାଳିଗୁଲଜ କରିଥିଲେ। ପରେ ସୁରକ୍ଷାକର୍ମୀ ଷ୍ଟୋର ରୁମ୍‌କୁ ଯାଇ ଗଜ୍‌ କପଡ଼ା ଆଣି ଦେଇଥିଲେ। ଏହା ସତ୍ତ୍ୱେ ସେମାନେ ସ୍ବାସ୍ଥ୍ୟକର୍ମୀ ପ୍ରତାଶଙ୍କୁ ଗାଳିଗୁଲଜ କରି ଆକ୍ରମଣ କରିଥିଲେ। ସୁରକ୍ଷା କର୍ମୀ ଡଙ୍ଗ୍ରି ଛଡ଼ାଇବାରୁ ତାଙ୍କୁ ମଧ୍ୟ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏଥିରେ ଡଙ୍ଗ୍ରି ଲହୁଲୁହାଣ ହୋଇ କିଛି ସମୟ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ଏଥିରେ ସିସିଟିଭି ଫୁଟେଜ ଅନୁସାରେ ତଦନ୍ତକରି ଡାକ୍ତରଖାନା ପକ୍ଷରୁ ଥାନାରେ ଏତଲା ହୋଇଛି। ଏପରି ଘଟଣା ପରେ ଡାକ୍ତରଖାନାରେ ସେବା ଯୋଗାଇବାକୁ ସୁରକ୍ଷା କର୍ମୀ ଭୟଭୀତ ହେଉଛନ୍ତି। ସେମାନଙ୍କୁ ସୁରକ୍ଷା ଯୋଗାଇଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri