ହୋଟେଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ବନ୍ଧାହେଲେ ୩ ଅଭିଯୁକ୍ତ

ବଡବିଲ,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏକ ହୋଟେଲରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳରେ ରହୁଥିବା ଶେଖ ଅନିଷ, ଏମ୍‌ଡି ସଦ୍ଦାମ ଓ ସୋନୁ ସିଂହ।
ସୂଚନା ଅନୁଯାୟୀ, ବଡ଼ବିଲସ୍ଥିତ ହୋଟେଲ ଭିକିର ନରେନ୍ଦ୍ର ମହାପାତ୍ର ନାମକ କର୍ମଚାରୀ ଗତ ବୁଧବାର ରାତିରେ ମୁଖ୍ୟ ଫାଟକ ବନ୍ଦ କରୁଥିଲାବେଳେ ହଠାତ ତିନିଜଣ ଯୁବକ ପହଞ୍ଚି ହୋଟେଲ ଖୋଲି ଖାଇବାକୁ ଓ ମଦ ଦେବାକୁ କହିଥିଲେ। ତେବେ ହୋଟେଲ ବନ୍ଦ ହୋଇଯାଇଥିବାରୁ କିଛି ମିଳିବ ନାହିଁ ବୋଲି କହିବାରୁ ଦୁର୍ବୃତ୍ତମାନେ ଅଶ୍ଳୀଳ ଭାଷାରେ ନରେନ୍ଦ୍ରଙ୍କୁ ଗାଳିଗୁଲଜ କରିଥିଲେ। ଏହାସହ ଏକ ଛୁରି ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରି ପଳାଇଥିଲେ। ଆକ୍ରମଣରେ ନରେନ୍ଦ୍ରଙ୍କ ଛାତିରେ ଆଘାତ ଲାଗିଥିଲା। ସୂଚନାପାଇ ପୋଲିସ ନରେନ୍ଦ୍ରଙ୍କୁ ଲହୁଲୁହାଣ ଅବସ୍ଥାରେ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସାନିମନ୍ତେ ପଠାଇଥିଲା। ଗୁରୁବାର ନରେନ୍ଦ୍ର ଏ ନେଇ ଲିଖିତ ଅଭିଯୋଗ କରିବା ପରେ ପୋଲିସ ବଡ଼ବିଲ ଥାନା କେଶ ନଂ ୨୮୯/୨୦୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ବଡ଼ବିଲ ଟ୍ୟାକ୍ସି ଷ୍ଟାଣ୍ଡରେ ଉକ୍ତ ଦୁର୍ବୃତ୍ତମାନେ ଥିବା ଖବରପାଇ ପୋଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ପୋଲିସ ଅନିଷ, ସଦ୍ଦାମ ଓ ସୋନୁଙ୍କୁ ଗିରଫ କରିବା ସହ ଆକ୍ରମଣରେ ବ୍ୟବହୃତ ଛୁରିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri