Odisha Elections 2024

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ମୂଚନା ଯୋଗ୍ୟ, ନରେଶ ପ୍ରଚାର ପାଇଁ ଭବାନୀପାଟଣା ଯାଉଥିଲେ। ହେଲେ କର୍ଲାପଡ଼ା ନିକଟରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି।

ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ଜଣାପଡି ନାହିଁ। ଏହା ଏକ ରାଜନୈତିକ ହିଂସା କାଣ୍ଡ ବୋଲି ଅନୁମାନ କରାଯାଉଛି।

ସ୍ବାଧୀନ ପ୍ରାର୍ଥୀଙ୍କୁ କେଉଁ କାରଣରୁ ଆକ୍ରମଣ କରାଗଲା ତାହା ସ୍ପଷ୍ଟ ହୋଇ ନାହିଁ। ଏନେଇ ଭବାନୀପାଟଣା ସଦର ଥାନା ଅଧୀନ କର୍ଲାପଡ଼ା ଫାଣ୍ଡିରେ ଏକ ଏତଲା ଦିଆଯାଇଛି। ଏତଲାକୁ ଭତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

ଏନେଇ କଳାହାଣ୍ଡି ଲୋକସଭାର ସ୍ବାାଧୀନ ପ୍ରାର୍ଥୀ ନରେଶ କହିଛନ୍ତି, ସେ ଏକ ବୈଠକରେ ଯୋଗ ଦେବାକୁ ଭବାନୀପାଟଣା ଯାଉଥିଲେ। ହେଲେ ବାଟରେ ତାଙ୍କୁ ୨ରୁ ୩ଜଣ ଯୁବକ ଅଟକାଇ ମରଣାନ୍ତକକ ଆକ୍ରମଣ କରାଯାଇଥିଲେ। ଆକ୍ରମଣକାରୀଙ୍କୁ ସେ ଚିହ୍ନି ନାହାନ୍ତି। ହେଲେ ସେ ପୋଲିସ ଉପରେ ତାଙ୍କର ବିଶ୍ୱାସ ରଖିଛନ୍ତି। ପୋଲିସ ଆକ୍ରମଣକାରୀଙ୍କୁ ଖୋଜି ବାହାର କରିବ ବୋଲି ସ୍ବାଧୀନ ପ୍ରାର୍ଥୀ ଆଶ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri