କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ମୂଚନା ଯୋଗ୍ୟ, ନରେଶ ପ୍ରଚାର ପାଇଁ ଭବାନୀପାଟଣା ଯାଉଥିଲେ। ହେଲେ କର୍ଲାପଡ଼ା ନିକଟରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି।

ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ଜଣାପଡି ନାହିଁ। ଏହା ଏକ ରାଜନୈତିକ ହିଂସା କାଣ୍ଡ ବୋଲି ଅନୁମାନ କରାଯାଉଛି।

ସ୍ବାଧୀନ ପ୍ରାର୍ଥୀଙ୍କୁ କେଉଁ କାରଣରୁ ଆକ୍ରମଣ କରାଗଲା ତାହା ସ୍ପଷ୍ଟ ହୋଇ ନାହିଁ। ଏନେଇ ଭବାନୀପାଟଣା ସଦର ଥାନା ଅଧୀନ କର୍ଲାପଡ଼ା ଫାଣ୍ଡିରେ ଏକ ଏତଲା ଦିଆଯାଇଛି। ଏତଲାକୁ ଭତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

ଏନେଇ କଳାହାଣ୍ଡି ଲୋକସଭାର ସ୍ବାାଧୀନ ପ୍ରାର୍ଥୀ ନରେଶ କହିଛନ୍ତି, ସେ ଏକ ବୈଠକରେ ଯୋଗ ଦେବାକୁ ଭବାନୀପାଟଣା ଯାଉଥିଲେ। ହେଲେ ବାଟରେ ତାଙ୍କୁ ୨ରୁ ୩ଜଣ ଯୁବକ ଅଟକାଇ ମରଣାନ୍ତକକ ଆକ୍ରମଣ କରାଯାଇଥିଲେ। ଆକ୍ରମଣକାରୀଙ୍କୁ ସେ ଚିହ୍ନି ନାହାନ୍ତି। ହେଲେ ସେ ପୋଲିସ ଉପରେ ତାଙ୍କର ବିଶ୍ୱାସ ରଖିଛନ୍ତି। ପୋଲିସ ଆକ୍ରମଣକାରୀଙ୍କୁ ଖୋଜି ବାହାର କରିବ ବୋଲି ସ୍ବାଧୀନ ପ୍ରାର୍ଥୀ ଆଶ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri