କରତକଳ ଉପରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ

ବନ୍ତ,୨୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା କେନାଲ ଛକ ନିକଟରେ ଥିବା ଏକ କରତକଳ ଉପରେ ଜିଲା ବନ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ ହୋଇଛିା ଉକ୍ତ କରତକଳ ପଧାନପଡ଼ା ଗ୍ରାମର ସେକ୍‌ ରହେବର ଅଲ୍ଲୀଙ୍କର ବୋଲି ସୂଚନା ମିଳିଛି। ଭାରପ୍ରାପ୍ତ ଡିଏଫଓ(ଜିଲା ବନ ବିଭାଗ ଅଧିକାରୀ) ସାଧନା ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଭଦ୍ରକ ରେଞ୍ଜ ଅଧିକାରୀ ରଞ୍ଜିତ୍‌ କୁମାର ମହାନ୍ତି, ଧାମନଗର ରେଞ୍ଜ ଅଧିକାରୀ କୁଶ ଚରଣ ସିଂ, ଡେପୁଟି ରେଞ୍ଜର ରାଜ କିଶୋର ଦାସଙ୍କ ସମେତ ବନକର୍ମଚାରୀ ଓ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସଙ୍କ ସହାୟତାରେ ଏହି ଚଢ଼ାଉ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ବିନିତାରାଣୀ କିସ୍କୁଙ୍କ ଉପସ୍ଥିତିରେ କରତକଳରେ ବ୍ୟବହୃତ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ କରାଯାଇଛି। ସକାଳ ୯ଟାରୁ ଏହି ଚଢାଉ ହୋଇଥିଲା। ଉକ୍ତ କରତ କଳ ବେଆଇନ ଭାବେ ଚାଲୁଥିବା ନେଇ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri