ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର କଚେରି ପରିସରରେ ଥିବା ବାର୍ ଆସୋସିଏଶନ ଅଫିସ୍ରେ ଶୁକ୍ରବାର ଅପରାହ୍ନରେ ଆଇନଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏହି ସମୟରେ ଅନ୍ୟ ଆଇନଜୀବୀମାନ ୨ ଆକ୍ରମଣକାରୀଙ୍କୁ କାବୁ କରି ସହଦେବଖୁଣ୍ଟା ମଡେଲ ଥାନାକୁ ହସ୍ତାନ୍ତର କରିଛନ୍ତି। ଏ ନେଇ ଆଇନଜୀବୀ ଉପାଧ୍ୟାୟଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା (ନଂ.୧୨୧/୨୧) ରୁଜୁ କରାଯାଇଥିବା ସବ୍ ଇନ୍ସପେକ୍ଟର ନୀଳମଣି ନାୟକ କହିଛନ୍ତି।
ସୂଚନା ଅନୁଯାୟୀ, କଚେରିରୁ ସବ୍ରେଜିଷ୍ଟ୍ରାର ଅଫିସ୍ ସମ୍ମୁଖ ରାସ୍ତାରେ ଆଇନଜୀବୀ ଉପାଧ୍ୟାୟ କୌଣସି କାମରେ ଆସୁଥିବା ବେଳେ ସ୍କୁଟିରେ ୨ ଯୁବକ ଦ୍ରୁତଗତିରେ ଯାଉଥିଲେ। ଏହାକୁ ସେ ବିରୋଧ କରିବାରୁ ସେମାନେ ତାଙ୍କ ସହ ପାଟିତୁଣ୍ଡ କରିଥିଲେ। ସେଠାରେ ଉପସ୍ଥିତ ଥିବା ଅନ୍ୟ ଆଇନଜୀବୀମାନେ ଜଣେ ଯୁବକଙ୍କୁ ବାର୍ ଆସୋସିଏଶନ ଅଫିସ୍ରେ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ପଳାଇ ଯାଇଥିଲେ। କିଛି ସମୟ ପରେ ସେ ୭/୮ ଜଣ ସହଯୋଗୀଙ୍କୁ ନେଇ କଚେରିରେ ପହଞ୍ଚି ବାର୍ ଅଫିସ୍ ଭିତରେ ବନ୍ଧୁକ ଦେଖାଇ ଗଣ୍ଡଗୋଳ ଓ ପାଟିତୁଣ୍ଡ କରିବା ସହ ଅଟକ ଯୁବକଙ୍କୁ ଛଡ଼ାଇବା ପାଇଁ ଚେଷ୍ଟା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯିବାରୁ ଅନ୍ୟ ସମସ୍ତେ ପଳାଇଯାଇଥିବା ବେଳେ ଆଉ ଜଣେ ଯୁବକଙ୍କୁ ଆଇନଜୀବୀମାନେ ଅଟକାଇଥିଲେ। ପରେ ସେମାନେ ସମ୍ପୃକ୍ତ ୨ ଯୁବକଙ୍କୁ ପୋଲିସ ଜିମା ଦେଇଥିଲେ। ଅଟକ ଦୁଇ ଯୁବକ ହେମନ୍ତ ସିଂ ଓ ବାପି ମନ୍ତ୍ରୀ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ଏ ନେଇ ବାଲେଶ୍ୱର ବାର୍ ଆସୋସିଏଶନ ସଭାପତି ଆଇନଜୀବୀ ମନୋଜ ନାୟକ କହନ୍ତି, ବାଲେଶ୍ୱରରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ବାର୍ ଆସୋସିଏଶନ ଅଫିସ୍ ଭିତରେ ଆଇନଜୀବୀଙ୍କୁ ମାରିବାର ଧମକ ଦେବା ନିନ୍ଦନୀୟ ଘଟଣା। ଏହି ଘଟଣା ସମ୍ପର୍କରେ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ସାକ୍ଷାତ କରାଯାଇଛି। ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ବାଲେଶ୍ୱର ବନ୍ଦ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।
PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...
ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ
ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି...
ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର
ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...
ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ
ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...
ଟିପିଡବ୍ଲୁଓଡିଏଲ୍ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...
ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...
ଭୁବନେଶ୍ବର ପାଇଁ ନୂଆ ଟିମ୍ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...
Archives


