ଆଇନଜୀବୀଙ୍କୁ ଆକ୍ରମଣ, ୨ ଅଟକ

ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର କଚେରି ପରିସରରେ ଥିବା ବାର୍‌ ଆସୋସିଏଶନ ଅଫିସ୍‌ରେ ଶୁକ୍ରବାର ଅପରାହ୍ନରେ ଆଇନଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏହି ସମୟରେ ଅନ୍ୟ ଆଇନଜୀବୀମାନ ୨ ଆକ୍ରମଣକାରୀଙ୍କୁ କାବୁ କରି ସହଦେବଖୁଣ୍ଟା ମଡେଲ ଥାନାକୁ ହସ୍ତାନ୍ତର କରିଛନ୍ତି। ଏ ନେଇ ଆଇନଜୀବୀ ଉପାଧ୍ୟାୟଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା (ନଂ.୧୨୧/୨୧) ରୁଜୁ କରାଯାଇଥିବା ସବ୍‌ ଇନ୍ସପେକ୍ଟର ନୀଳମଣି ନାୟକ କହିଛନ୍ତି।
ସୂଚନା ଅନୁଯାୟୀ, କଚେରିରୁ ସବ୍‌ରେଜିଷ୍ଟ୍ରାର ଅଫିସ୍‌ ସମ୍ମୁଖ ରାସ୍ତାରେ ଆଇନଜୀବୀ ଉପାଧ୍ୟାୟ କୌଣସି କାମରେ ଆସୁଥିବା ବେଳେ ସ୍କୁଟିରେ ୨ ଯୁବକ ଦ୍ରୁତଗତିରେ ଯାଉଥିଲେ। ଏହାକୁ ସେ ବିରୋଧ କରିବାରୁ ସେମାନେ ତାଙ୍କ ସହ ପାଟିତୁଣ୍ଡ କରିଥିଲେ। ସେଠାରେ ଉପସ୍ଥିତ ଥିବା ଅନ୍ୟ ଆଇନଜୀବୀମାନେ ଜଣେ ଯୁବକଙ୍କୁ ବାର୍‌ ଆସୋସିଏଶନ ଅଫିସ୍‌ରେ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ପଳାଇ ଯାଇଥିଲେ। କିଛି ସମୟ ପରେ ସେ ୭/୮ ଜଣ ସହଯୋଗୀଙ୍କୁ ନେଇ କଚେରିରେ ପହଞ୍ଚି ବାର୍‌ ଅଫିସ୍‌ ଭିତରେ ବନ୍ଧୁକ ଦେଖାଇ ଗଣ୍ଡଗୋଳ ଓ ପାଟିତୁଣ୍ଡ କରିବା ସହ ଅଟକ ଯୁବକଙ୍କୁ ଛଡ଼ାଇବା ପାଇଁ ଚେଷ୍ଟା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯିବାରୁ ଅନ୍ୟ ସମସ୍ତେ ପଳାଇଯାଇଥିବା ବେଳେ ଆଉ ଜଣେ ଯୁବକଙ୍କୁ ଆଇନଜୀବୀମାନେ ଅଟକାଇଥିଲେ। ପରେ ସେମାନେ ସମ୍ପୃକ୍ତ ୨ ଯୁବକଙ୍କୁ ପୋଲିସ ଜିମା ଦେଇଥିଲେ। ଅଟକ ଦୁଇ ଯୁବକ ହେମନ୍ତ ସିଂ ଓ ବାପି ମନ୍ତ୍ରୀ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ଏ ନେଇ ବାଲେଶ୍ୱର ବାର୍‌ ଆସୋସିଏଶନ ସଭାପତି ଆଇନଜୀବୀ ମନୋଜ ନାୟକ କହନ୍ତି, ବାଲେଶ୍ୱରରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ବାର୍‌ ଆସୋସିଏଶନ ଅଫିସ୍‌ ଭିତରେ ଆଇନଜୀବୀଙ୍କୁ ମାରିବାର ଧମକ ଦେବା ନିନ୍ଦନୀୟ ଘଟଣା। ଏହି ଘଟଣା ସମ୍ପର୍କରେ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ସାକ୍ଷାତ କରାଯାଇଛି। ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ବାଲେଶ୍ୱର ବନ୍ଦ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?