ବିଧାୟକଙ୍କୁ ଆକ୍ରମଣ ଘଟଣା : ୫ ଗିରଫ

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ପ୍ରତାପ ରାଉତ, ବିଦ୍ୟାଧର ପରିଡ଼ା, ଶରତ ଚନ୍ଦ୍ର ଜେନା, ସସିବୁଲ ଶେଖ, ମନମୋହନ ଦାସ। ବ୍ୟକ୍ତିଗତ ଶତ୍ରୁତା ଓ ଆର୍ଥିକ ନେଣଦେଣକୁ ନେଇ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଏ ନେଇ ଟାଉନ ଥାନାରେ କେସ ନଂ. ୩୯୧/୨୧ରେ ମାମଲା ରୁଜୁ ହୋଇଥିଲା। ତାଙ୍କଠାରୁ ୨ଟି ସୁତୁଲି ବମ୍‌ ଓ ବାଇକ୍‌ ଜବତ ହୋଇଛି। ଏହି ଘଟଣାରେ ସେମାନେ ତୃତୀୟ ଥର ପାଇଁ ଉଦ୍ୟମ କରି ସଫଳ ହୋଇଥିବା ସ୍ବୀକାର କରିଥିଲେ। ସେମାନଙ୍କ ବିରୋଧରେ ପୂର୍ବରୁ ଆପରାଧିକ ମାମଲା ରହିଛି। ଅନ୍ୟ ଜଣଙ୍କୁ ଖୋଜା ଚାଲିଛି। ଏହି ଷଡ଼ଯନ୍ତ୍ରରେ ଆଉ କିଏ ସାମିଲ ଅଛନ୍ତି କି ନାହିଁ, ତାହାର ତଦନ୍ତ ଚାଲିଛି ବୋଲି ଏସ୍‌ପି ମିତ୍ରଭାନୁ ମହାପାତ୍ର ଖବରଦାତା ସମ୍ମିଳନୀରେ କହିଛନ୍ତି। ଏଡିପିଓ ପି. ଜେ. ଟାପୋ, ଇନ୍ଦୁରେଖା ପଶ୍ଚିମକବାଟ ଉପସ୍ଥିତ ଥିଲେ। ଏଥିରେ ରାଜନୈତିକ ଉଦ୍ଦେଶ୍ୟ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri