କେନ୍ଦୁଝର ବିଧାୟକଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କେନ୍ଦୁଝର,୧୮।୧୦(ସ୍ବ.ପ୍ର): କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମାମାଡ଼ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ (ରାଘବ )ଙ୍କୁ ଗିରଫ କରାଯାଇଛି। ରାଘବଙ୍କୁ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛିି। ରାଘବ ନମୋଃ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା ଗାଁରେ। ପଇସା ଲୋଭ ଦେଖାଇ ଡାକି ଆଣିବା ସହ ବୋମାମାଡ ଘଟଣାରେ ତାଙ୍କର ସମ୍ପୃକ୍ତ ଥିବା ସ୍ବୀକାର କରିଥିଲେ।

ସୂଚନାଯୋଗ୍ୟ, ରବିବାର ବିଧାୟକଙ୍କ ଗାଡି ଉପରକୁ ବୋମା ମାଡ ଘଟଣାର ମୁଖ୍ୟ ଅଭିଯୁକ୍ତ ସହ ପାଞ୍ଚ ଜଣଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଥିଲା। ପୋଲିସ ସିସିଟିଭି ଓ ସିଟି ସର୍ଭିଲାନ୍ସ ଆଧାରରେ ସମସ୍ତ ଦୁର୍ବୃତ୍ତଙ୍କୁ ଗିରଫ କରିଥିଲା। ଏମାନେ ହେଲେ ମୁଖ୍ୟ ଅଭିଯୁକ୍ତ ମନ ମୋହନ ଦାସ (ମୁନ), ପ୍ରତାପ ରାଉତ, ବିଦ୍ୟାଧର ପରିଡା , ଶରତ ଜେନା ଓ ଶିଙ୍କୁଲ ଶେଖ । ଏମାନେ ନମୋଃ ସେନା ନାମକ ଏକ ସଂଗଠନର ସଦସ୍ୟ । ଏମାନେ ବିଧାୟକଙ୍କୁ ପୂର୍ବରୁ ମଧ୍ୟ ଦୁଇଥର ଆକ୍ରମଣ କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ । ଏହି ଆକ୍ରମଣ ବ୍ୟକ୍ତିଗତ ଶତ୍ରୁତା ଓ ପଇସା ଦେଣ ନେଣକୁ ନେଇ ହୋଇଥିବା ଏସ୍‌ପି ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri