ମଦ ବୋତଲ ଭାଙ୍ଗି ମଦ ଦୋକାନ ମ୍ୟାନେଜରଙ୍କୁ ଆକ୍ରମଣ ଓ ଟଙ୍କା ଲୁଟ : ୨ଗିରଫ

ଦେବଗଡ଼,୩।୧୨(ଡି.ଏନ.ଏ)- ମଦ ଦେବାରେ ବିଳମ୍ବ ହେବାରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ଥିବା ବିଦେଶୀ ମଦ ଦୋକାନରେ ମଦ ବୋତଲ ଭାଙ୍ଗି ମ୍ୟାନେଜରଙ୍କୁ ମରଣାନ୍ତକ ଆକ୍ରମଣ କରିବା ଓ ନଗଦ ୧୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ବାରକୋଟ ଥାନା ପୋଲିସ ଏକ ଲୁଟ୍‌ ମାମଲା ଋଜୁ କରି ଏ ମାମଲାରେ ୨ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ଜଣ ଫେରାର ଥିବା ଜଣାପଡିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାରକୋଟ (ଡଁରା)ର କୃଷ୍ଣଚନ୍ଦ୍ର ସାହୁ, ଗରଗଡବାହାଲ ଗ୍ରାମର କ୍ଷେତ୍ରବାସୀ ନାୟକ, ସୁନ୍ଦରଗଡ ଜିଲା ବଣାଁଇ ଥାନା ଅନ୍ତର୍ଗତ ଟେଣ୍ଡରା ଗ୍ରାମର ରାଜୀବ ଓ ଅନ୍ୟ ଜଣେ ଯୁବକ ମଙ୍ଗଳବାର ଅପରାହ୍ନରେ ବାରକୋଟ ବିଦେଶୀ ମଦ ଦୋକାନକୁ ଆସି ମଦ ମାଗିଥିଲେ ା ମାତ୍ର ଦୋକାନ ମ୍ୟାନେଜର ଗୋପାଳ ଗୁପ୍ତା ଖାଉଥିବାରୁ ଅପେକ୍ଷା କରିବାକୁ ସେମାନଙ୍କୁ କହିଥିଲେ ା ତେବେ ଯୁବକମାନେ ତାଙ୍କ କଥା ନ ଶୁଣି ଶୀଘ୍ର ମଦ ଦେବାକୁ ଜିଦ ଧରିବା ସହ ଗାଳିଗୁଲଜ କରିଥିଲେ। ମଦ ଦୋକାନ ମ୍ୟାନେଜର ଗୋପାଳ ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରୁଥିବା ବେଳେ ସେମାନେ ଗୋପାଳଙ୍କୁ ଆକ୍ରମଣ ପାଇଁ ଉଦ୍ୟତ ହୋଇଥିଲେ। ଏହି ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଏକ ବିୟର ବୋତଲ ଭାଙ୍ଗି ଉକ୍ତ ଭଙ୍ଗା ବୋତଲ ସାହାଯ୍ୟରେ ଗୋପାଳଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲା ା ଫଳରେ ମ୍ୟାନେଜର ଗୋପାଳଙ୍କର ମୁଣ୍ଡ, ଗାଲ ଓ ନାକ ଆଦିରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷରେ ଦୋକାନର କ୍ୟାଶ ଡ୍ରରୁ ମଧ୍ୟ ୧୫ ହଜାର ଟଙ୍କା ଲୁଟିନେଇଥିଲେ ା ମଦ ଦୋକାନ କର୍ମଚାରୀମାନେ ଚିକିତ୍ସା ନିମନ୍ତେ ତାଙ୍କୁ ବାରକୋଟ ଡାକ୍ତରଖାନାରେ ଭର୍ତ୍ତୀ କରିବା ସହ ଏ ସମ୍ପର୍କରେ ବାରକୋଟ ଥାନା ପୋଲିସକୁ ସୂଚନା ଦେଇଥିଲେ ା ମଦଦୋକାନ ମ୍ୟାନେଜର ଗୋପାଲ ମଧ୍ୟ ଏନେଇ ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ ା ଅଭିଯୋଗ ଆଧାରରେ ବାରକୋଟ ଥାନା ପୋଲିସ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଲୁଟ ମାମଲା ସମେତ ବିଭିନ୍ନ ଦଫାରେ ଏକ ମାମଲା ରୁଜୁକରିବା ସହ ବୁଧବାର ଅଭିଯୁକ୍ତ କୃଷ୍ଣଚନ୍ଦ୍ର ଓ କ୍ଷେତ୍ରବାସୀକୁ ଗିରଫ କରିଛି। ଗିରଫ ଯୁବକ ଦ୍ୱୟଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯିବ ବୋଲି ବାରକୋଟ ଥାନା ଭାରପ୍ରାପ୍ତ ଅଧିକାରୀ ରାଜେନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ା ତେବେ ଟଙ୍କା ଲୁଟ ଅଭିିଯୋଗକୁ ଅଭିଯୁକ୍ତମାନଙ୍କ ପରିବାର ଲୋକେ ଅସ୍ବୀକାର କରିବା ସହ ମଦ ଦୋକାନ ମ୍ୟାନେଜର ମଦର ଧାର୍ଯ୍ୟ ଦରଠାରୁ ଢେର ଅଧିକ ମୂଲ୍ୟ ମାଗିବାକୁ କେନ୍ଦ୍ରକରି ଏହି ଗଣ୍ଡଗୋଳ ଘଟିଥିବା ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri