Posted inଖେଳ

ଲିଓନ୍‌ ଫୁଟବଲ୍‌ ଟିମ୍‌ ବସ୍‌ ଉପରେ ଆକ୍ରମଣ

ପ୍ୟାରିସ୍‌,୩୧ା୧୦: ଫ୍ରାନ୍ସର ଫୁଟବଲ୍‌ କ୍ଲବ୍‌ ଲିଓନ୍‌ର ଟିମ୍‌ ବସ୍‌ ଉପରେ ଆକ୍ରମଣ ଘଟଣାରେ ପୋଲିସ୍‌ ୯ ଜଣଙ୍କୁ ଅଟକ ରଖିଛି। ଏହା ସହିତ ଅନ୍ୟ ଆକ୍ରମଣକାରୀଙ୍କ ସନ୍ଧାନରେ ରହିଛି ପୋଲିସ୍‌। ଏହି ଆକ୍ରମଣରେ କୋଚ୍‌ ଫାବିଓ ଗ୍ରୋସୋଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ମାର୍ସେଲିରେ ଥିବା ମ୍ୟାଚକୁ ସ୍ଥଗିତ ରଖାଯାଇଛି। ରବିବାର ରାତିରେ ଲିଓନ୍‌ ଟିମ୍‌ର ଖେଳାଳି ବସ୍‌ରେ ଫେରୁଥିବା ବେଳେ ବସ୍‌ ଉପରକୁ ଟେକା ପଥର ମାଡ କରାଯାଇଥିଲା। ଏଥିରେ କୋଚ୍‌ଙ୍କ ଆଖିର ଉପରଭାଗ ଫାଟି ଯାଇଥିଲା। ସେହିପରି ୫ ଜଣ ପୁଲିସ କର୍ମୀ ମଧ୍ୟ ଏହି ଆକ୍ରମଣରେ ଆହତ ହୋଇଛନ୍ତି। ଫ୍ରାନ୍ସର ଗୃହ ମନ୍ତ୍ରୀ ଜେରାଲ୍ଡ ଡାର୍ମାନିନ୍‌ ପୋଲିସ୍‌ କର୍ମୀ ଆହତ ହୋଇଥିବା ନେଇ ସୂଚନା ଦେଇଥିଲେ। ଷ୍ଟାଡିୟମ ବାହାରେ ଏହି ଘଟଣା ଘଟିଥିବାରୁ ଏଥିପାଇଁ ପୋଲିସ କର୍ମୀଙ୍କୁ ଦାୟୀ କରାଯାଇଛି। ଲିଓନ୍‌ର କୋଚ୍‌ ରାଫେଲେ ଲୋଙ୍ଗୋ ମଧ୍ୟ ଆହତ ହୋଇଛନ୍ତି । ଏହା ସହିତ ଲିଓନ୍‌ ଫ୍ୟାନ ମାନଙ୍କୁ ନେଇ ଯାଉଥିବା ବସ୍‌ ଉପରେ ମଧ୍ୟ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri