Posted inଜାତୀୟ

ମେଘାଳୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଆକ୍ରମଣ

ତୁରା,୨୫।୭: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗ୍‌ମାଙ୍କ ତୁରାସ୍ଥିତ କାର୍ଯ୍ୟାଳୟ ଉପରକୁ ସୋମବାର ସନ୍ଧ୍ୟାରେ ବିକ୍ଷୋଭକାରୀ ଟେକାମାଡ଼ କରିଛନ୍ତି। ଆକ୍ରମଣରେ ସାଙ୍ଗ୍‌ମାଙ୍କ ୫ ସୁରକ୍ଷାକର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ତୁରାକୁ ଶୀତଦିନିଆ ରାଜଧାନୀ ଦାବିରେ ଗୋରା ହିଲ୍ସର ସିଭିଲ୍‌ ସୋସାଇଟି କିଛିଦିନ ହେବ ଅନଶନରେ ବସିଛନ୍ତି। ସୋମବାର ସନ୍ଧ୍ୟାରେ ସାଙ୍ଗ୍‌ମା ବିକ୍ଷୋଭକାରୀଙ୍କ ସହ ସେମାନଙ୍କ ଦାବି ସଂକ୍ରାନ୍ତରେ ଆଲୋଚନା କରୁଥିବାବେଳେ କେତେଜଣ ପ୍ରଥମେ କାର୍ଯ୍ୟାଳୟ ଉପରକୁ ଟେକା ପିଙ୍ଗିବା ଆରମ୍ଭ କରିଥିଲେ। ସେଠାରେ ଥିବା ସୁରକ୍ଷାକର୍ମୀ ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାଳୟ ଭିତରକୁ ସୁରକ୍ଷିତ ଭାବେ ନେଇଯାଇଥିଲେ। ତେବେ କାର୍ଯ୍ୟାଳୟରୁ ବାହାରିବା ବାଟରେ ବିକ୍ଷୋଭକାରୀମାନେ ଜଗି ବସିଥିବାରୁ ସାଙ୍ଗ୍‌ମାଙ୍କ ପକ୍ଷେ ସେଠାରୁ ବାହାରିବା ଅସମ୍ଭବ ହୋଇପଡ଼ିଛି। କାର୍ଯ୍ୟାଳୟ ବାହାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା…

୪୪,୨୦୦ କୋଟିର ୧୦ ପ୍ରକଳ୍ପକୁ ଏଚ୍‌ଏଲ୍‌ସିଏରେ ମଞ୍ଜୁରୀ, ସୃଷ୍ଟିହେବ ୯ ହଜାର ନିଯୁକ୍ତି

ଭୁବନେଶ୍ୱର,୨୨।୨ (ଅନୁରାଧା ମହାରାଣା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନଠାରେ ୪୪ତମ ହାଇ ଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ୪୪,୨୦୦ କୋଟି ଟଙ୍କାର…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri