Posted inଜାତୀୟ

ବିଧାୟକଙ୍କ ଉପରେ ଆକ୍ରମଣ: ୧୫ କିମି ଦୌଡି ବଞ୍ଚାଇଲେ ଜୀବନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆଜି ଅନୁଷ୍ଠିତ ହେଉଛି। ମତଦାନର କିଛି ଘଣ୍ଟା ପୂର୍ବରୁ ଉତ୍ତର ଗୁଜରାଟର ବନାସକାନ୍ତ ଜିଲାରେ କଂଗ୍ରେସ ବିଧାୟକ କାନ୍ତୀ ଖରାଡିଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। କାନ୍ତୀ ଅଭିଯୋଗ କରିଛନ୍ତି, ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଲଢୁ ପାରଘି ତାଙ୍କୁ ଆକ୍ରମଣ କରିଛନ୍ତି। ଭୋଟରଙ୍କୁ ନିକଟକୁ ଯାଉଥିବାବେଳେ ଲଢୁ ପାରଘି, ଏଲ.କେ ବରାଦ ଏବଂ ତାଙ୍କ ଭାଇ ବଦନ ତାଙ୍କୁ ଆକ୍ରମଣ କରିଥିଲେ। ସେମାନଙ୍କ ହାତରେ ଅସ୍ତ୍ରଶସ୍ତ୍ର ଥିଲା ଏବଂ ଖଣ୍ଡା ଦ୍ୱାରା ଆକ୍ରମଣ କରାଯାଇଥିଲା। ତାଙ୍କ କାର ବାମୋଦ୍ରା ଚାରିପାଖ ଦେଇ ଯାଉଥିଲାବେଳେ ଭାଜପା ପ୍ରାର୍ଥୀ ତାଙ୍କ ରାସ୍ତା ଅବରୋଧ କରିଥିଲେ। ରାତିର ଅନ୍ଧାରରେ ପ୍ରାୟ ୧୫ କିଲୋମିଟର ଦୌଡ଼ି ସେ ନିଜ ଜୀବନକୁ ‘ଭାଜପା ଗୁଣ୍ଡା’ଙ୍କଠାରୁ ରକ୍ଷା କରିଛନ୍ତି ବୋଲି କାନ୍ତୀ କହିଛନ୍ତି।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଏ ନେଇ ଟୁଇଟ କରିଛନ୍ତି। ରାହୁଲ କହିଛନ୍ତି, ଭାଜପାର ଗୁଣ୍ଡାମାନେ କଂଗ୍ରେସ ଆଦିବାସୀ ନେତା ତଥା ଦନ୍ତ ବିଧାନସଭା ପ୍ରାର୍ଥୀ କାନ୍ତୀ ଖରାଡିଙ୍କୁ ଅତି ନିର୍ମମ ଭାବେ ଆକ୍ରମଣ କରିଛନ୍ତି।
ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଦନ୍ତ ଏକ ସଂରକ୍ଷିତ ଆସନ। କଂଗ୍ରେସରୁ ଖରାଡି ଏବଂ ଭାଜପାର ଲଢୁ ପାରଘି ଏହି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗୁଜରାଟର ଦ୍ୱିତୀୟ ଏବଂ ଶେଷ ପର୍ଯ୍ୟାୟରେ ନିର୍ବାଚନରେ ଆଜି ୯୩ଟି ଆସନରେ ମତଦାନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri