Posted inଜାତୀୟ

ବିଧାୟକଙ୍କ ଉପରେ ଆକ୍ରମଣ: ୧୫ କିମି ଦୌଡି ବଞ୍ଚାଇଲେ ଜୀବନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆଜି ଅନୁଷ୍ଠିତ ହେଉଛି। ମତଦାନର କିଛି ଘଣ୍ଟା ପୂର୍ବରୁ ଉତ୍ତର ଗୁଜରାଟର ବନାସକାନ୍ତ ଜିଲାରେ କଂଗ୍ରେସ ବିଧାୟକ କାନ୍ତୀ ଖରାଡିଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। କାନ୍ତୀ ଅଭିଯୋଗ କରିଛନ୍ତି, ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଲଢୁ ପାରଘି ତାଙ୍କୁ ଆକ୍ରମଣ କରିଛନ୍ତି। ଭୋଟରଙ୍କୁ ନିକଟକୁ ଯାଉଥିବାବେଳେ ଲଢୁ ପାରଘି, ଏଲ.କେ ବରାଦ ଏବଂ ତାଙ୍କ ଭାଇ ବଦନ ତାଙ୍କୁ ଆକ୍ରମଣ କରିଥିଲେ। ସେମାନଙ୍କ ହାତରେ ଅସ୍ତ୍ରଶସ୍ତ୍ର ଥିଲା ଏବଂ ଖଣ୍ଡା ଦ୍ୱାରା ଆକ୍ରମଣ କରାଯାଇଥିଲା। ତାଙ୍କ କାର ବାମୋଦ୍ରା ଚାରିପାଖ ଦେଇ ଯାଉଥିଲାବେଳେ ଭାଜପା ପ୍ରାର୍ଥୀ ତାଙ୍କ ରାସ୍ତା ଅବରୋଧ କରିଥିଲେ। ରାତିର ଅନ୍ଧାରରେ ପ୍ରାୟ ୧୫ କିଲୋମିଟର ଦୌଡ଼ି ସେ ନିଜ ଜୀବନକୁ ‘ଭାଜପା ଗୁଣ୍ଡା’ଙ୍କଠାରୁ ରକ୍ଷା କରିଛନ୍ତି ବୋଲି କାନ୍ତୀ କହିଛନ୍ତି।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଏ ନେଇ ଟୁଇଟ କରିଛନ୍ତି। ରାହୁଲ କହିଛନ୍ତି, ଭାଜପାର ଗୁଣ୍ଡାମାନେ କଂଗ୍ରେସ ଆଦିବାସୀ ନେତା ତଥା ଦନ୍ତ ବିଧାନସଭା ପ୍ରାର୍ଥୀ କାନ୍ତୀ ଖରାଡିଙ୍କୁ ଅତି ନିର୍ମମ ଭାବେ ଆକ୍ରମଣ କରିଛନ୍ତି।
ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଦନ୍ତ ଏକ ସଂରକ୍ଷିତ ଆସନ। କଂଗ୍ରେସରୁ ଖରାଡି ଏବଂ ଭାଜପାର ଲଢୁ ପାରଘି ଏହି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗୁଜରାଟର ଦ୍ୱିତୀୟ ଏବଂ ଶେଷ ପର୍ଯ୍ୟାୟରେ ନିର୍ବାଚନରେ ଆଜି ୯୩ଟି ଆସନରେ ମତଦାନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?