ବିଧାୟକ ମୋହନ ମାଝିଙ୍କ ଉପରେ ଆକ୍ରମଣ ଘଟଣା: ପ୍ରତିବାଦରେ ଏନ୍‌ଏଚ୍‌ ୪୯ ଅବରୋଧ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଭାଜପା ପକ୍ଷରୁ ମଙ୍ଗଳବାର ବିକ୍ଷୋଭ କରାଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀଛକଠାରେ ଭାଜପା କର୍ମୀ ରାସ୍ତାରେ ବସି ଆନ୍ଦୋଳନ କରିବା ସହ ଏନ୍‌ଏଚ୍‌ ୪୯ ଅବରୋଧ କରିଛନ୍ତି। ଫଳରେ ଯାତାୟାତ ଠପ୍‌ ହୋଇଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି। ଏଥିରେ ଜିଲାର ନେତା ଓ କର୍ମୀମାନେ ସାମିଲ ହୋଇଛନ୍ତି।