ପାକିସ୍ତାନର ଦ୍ୱିତୀୟ ବଡ ନୌସେନା ଏୟାର ବେସ ଉପରେ ଆକ୍ରମଣ, ଗଡିଲା ୪ ଆତଙ୍କବାଦୀଙ୍କ ମୁଣ୍ଡ

ଇସଲାମାବାଦ,୨୬।୩: ଆତଙ୍କବାଦୀମାନେ ସୋମବାର ରାତିରେ ପାକିସ୍ତାନର ବିଶୃଙ୍ଖଳିତ ବାଲୁଚିସ୍ତାନ ପ୍ରଦେଶର ତୁର୍ବତ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ନାଭାଲ ଏୟାର ବେସ ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୁରକ୍ଷା ବାହିନୀ ନୌସେନାର ଏୟାରବେସ ଉପରେ ହୋଇଥିବା ଆକ୍ରମଣର କଡା ଜବାବ ଦେବାକୁ ଯାଇ ୪ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏଥିସହିତ ଏହି ଆକ୍ରମଣରେ ସିଦ୍ଦିକ ଏୟାରବେସରେ କୌଣସି କ୍ଷତି ହୋଇ ନାହିଁ ବୋଳି କୁହାଯାଇଛି। ଅଧିକାରୀ କହିଛନ୍ତି ଯେ ଯେତେବେଳେ ଆତଙ୍କବାଦୀମାନେ ବାଲୁଚିସ୍ତାନର ତୁର୍ବତ ଜଲାର ନୌସେନା ବେସ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ସେମାନଙ୍କୁ ତୁରନ୍ତ ଚିହ୍ନଟ କରାଯାଇ ହତ୍ୟା କରାଯାଇଥିଲା। ତେବେ ପାକିସ୍ତାନୀ ସେନା ଏପର୍ଯ୍ୟନ୍ତ ଏହି ଘଟଣା ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି।
ପ୍ରାରମ୍ଭିକ ରିପୋର୍ଟରେ କୁହାଯାଇଛି ଯେ ସୋମବାର ରାତିରେ ଆତଙ୍କବାଦୀମାନେ ତୁର୍ବତ ଅନ୍ତର୍ଜାତୀୟ ବିମାନବନ୍ଦର (ଟିୟୁକେ) ଏବଂ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆକ୍ରମଣ କରିଥିଲେ। ଉଭୟ ବେସ୍‌ ନିକଟରେ ପ୍ରବଳ ଗୁଳି ବିନିମୟ ହୋଇଥଲା। ବାଲୁଚିସ୍ତାନ ପୋଷ୍ଟର ସମ୍ବାଦ ଏଜେନ୍ସି ଏଏନଆଇ କହିଛି ଯେ ତୁର୍ବତରେ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଅଞ୍ଚଳରେ ଅନେକ ବିସ୍ଫୋରଣ ହୋଇଥିବା ମଧ୍ୟ ସୂଚନା ମିଳିଛି। ଆତଙ୍କବାଦୀ ଆକ୍ରମଣ ପରେ ସ୍ବାସ୍ଥ୍ୟ ଅଧିକାରୀମାନେ ତୁର୍ବତ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି ଏବଂ ସମସ୍ତ ଡାକ୍ତରଙ୍କୁ ତୁରନ୍ତ ଡ୍ୟୁଟି ପାଇଁ ରିପୋର୍ଟ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri