ଉଚ୍ଛେଦ ବେଳେ ପୋଲିସକୁ ଆକ୍ରମଣ: ୫ ଗିରଫ

ରଘୁନାଥପୁର,୧୦ା୯(ଡି.ଏନ୍‌.ଏ.): ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ରଘୁନାଥପୁର ତହସିଲ ଅନ୍ତର୍ଗତ ଧରାଧରପୁର ପଞ୍ଚାୟତସ୍ଥିତ ଭାସିଲପୁର ଗ୍ରାମ୍ୟ ରାସ୍ତାରୁ ଜବରଦଖଲ ଉଚ୍ଛେଦ ହୋଇଛି। ଏହି ସମୟରେ ତହସିଲ୍‌ଦାରଙ୍କ ଉପସ୍ଥିତିରେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରାଯାଇଛି। ଏନେଇ ତହସିଲଦାର ରୂପାଲିକା ଦାଶ ରଘୁନାଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ୫ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି ବୋଲି ଆଇଆଇସି ରାଜକିଶୋର ବେହେରା ପ୍ରକାଶ କରିଛନ୍ତି। ସେମାନେ ହେଲେ ଏହି ଥାନା ଅନ୍ତର୍ଗତ ଫକୀର ଭୋଇଙ୍କ ସ୍ତ୍ରୀ ଚିତା ଭୋଇ, କିଶନନଗର ଥାନା ଅନ୍ତର୍ଗତ ବାଲିସୁକୁରିର ଅଞ୍ଜଳି ଭୋଇ, ସାରଳା ଭୋଇ ଏବଂ କମରପଦା ଗ୍ରାମର ମଙ୍ଗଳା ଭୋଇ, ମନୋଜ ଭୋଇ। ଅଭିଯୋଗ ଅନୁଯାୟୀ, ଭାସିଲପୁର ଗ୍ରାମର ନଣ୍ଡା ଭୋଇ ଘର ପାଖରୁ ମଥୁରା ଭୋଇ ଘର ପର୍ଯ୍ୟନ୍ତ ଗ୍ରାମ୍ୟ ରାସ୍ତାକୁ କେତେଜଣ ଲୋକ ଜବରଦଖଲ କରି ରଖିଥିଲେ। ଏ ସମ୍ପର୍କରେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ ହେବା ସତ୍ତ୍ୱେ ମଧ୍ୟ ଜବରଦଖଲକାରୀ କର୍ଣ୍ଣପାତ କରି ନ ଥିଲେ। ଫଳରେ ଗ୍ରାମବାସୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଥିଲା। ଡବ୍ଲୁପି(ସି)ନଂ.୨୭୨୬୧/୨୦୨୧ ଅନୁଯାୟୀ, ହାଇକୋର୍ଟ ଉକ୍ତ ଜବରଦଖଲ ରାସ୍ତାକୁ ଉନ୍ମୁକ୍ତ କରିବା ପାଇଁ ରଘୁନାଥପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ମୁତାବକ, ଶୁକ୍ରବାର ତହସିଲଦାର ଦାଶ, ଅତିରିକ୍ତ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମକେଶରୀ ଖୁଣ୍ଟିଆ, ଅରଙ୍ଗ ଆର୍‌ଆଇ ପ୍ରଜ୍ଞା ପାରମିତା କୁଅଁର ସେଠାରେ ପହଞ୍ଚତ୍ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଥିଲେ। ଆଇଆଇସି ବେହେରା ପୋଲିସ ଫୋର୍ସ ସହ ଉପସ୍ଥିତ ଥିଲେ। ଉଚ୍ଛେଦ ସମୟରେ ଅଭିଯୁକ୍ତା ଚିତା ମେଶିନ ଆଗରେ ଶୋଇ କାର୍ଯ୍ୟରେ ବାଧା ଉପୁଜାଇଥିଲେ। ନିୟୋଜିତ ମହିଳା ପୋଲିସ ତାଙ୍କୁ ଉଠାଇବା ସମୟରେ ସେ ଜଣେ ମହିଳା ପୋଲିସ କର୍ମଚାରୀଙ୍କ ହାତକୁ କାମୁଡ଼ି ଦେଇଥିଲେ। ଏହାଛଡ଼ା ଫକୀରଙ୍କ ସମ୍ପର୍କୀୟ ଓ ବନ୍ଧୁବାନ୍ଧବମାନେ ପୋଲିସ ଉପରେ ଆକ୍ରମଣ କରିଥିଲେ। ଅଭିଯୋଗ ପରେ ପୋଲିସ ପକ୍ଷରୁ ମାମଲା (ନଂ.୧୬୮/୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri