ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

ବାଲିପାଟଣା,୧୭ା୫(ଡି.ଏନ୍‌.ଏ.):ଚୋରାରେ ମଦ ବିକ୍ରି କରୁଥିବା ଦୋକାନ ଉପରେ ଚଢ଼ାଉ ବେଳେ ପୋଲିସଙ୍କୁ ଆକ୍ରମଣ ହୋଇଛି। ଏଥିସହ ମଦ ବେପାର କରୁଥିବା ଦୋକାନୀଙ୍କ ପରିବାର ଓ ସମର୍ଥକମାନେ ରାସ୍ତାରୋକୋ କରିଥିଲେ। ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ନରଦା ବଜାରରେ ଏପରି ଘଟଣା ଦେଖିବାକୁ ମିଳିଛି। ଏହି ଘଟଣାରେ ସୋମବାର ପୋଲିସ ୬ଜଣଙ୍କୁ ଗରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ତୁରିନ୍ତିରା ପଞ୍ଚାୟତର ସମିତିସଭ୍ୟ ସନାତନ ସେଠୀ, ନରଦା ଅଞ୍ଚଳର ବିନୟ ମହାରଣା, ପୁଷ୍ପଲତା ସାହୁ, ଯୋଗେନ୍ଦ୍ର ସାହୁ, ପୀର ସେଠୀ ଓ ସୁରେନ୍ଦ୍ର ସେଠୀ। ତେବେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ପୋଲିସ କହିଛି।
ସୂଚନା ମୁତାବକ, ନରଦା ବଜାରରେ ଦୀର୍ଘଦିନ ହେବ ଚୋରା ମଦ କାରବାର ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଥାନା ଅଧିକାରୀ କୃପାସିନ୍ଧୁ ବରାଡ଼ଙ୍କ ନେତୃତ୍ୱରେ ରବିବାର ରାତିରେ ଏକ ଟିମ୍‌ ନରଦା ବଜାରରେ ଥିବା ବଳରାମ ସାହୁ ଓରଫ ଗାଣ୍ଡୁଙ୍କ ଦୋକାନରେ ଚଢ଼ାଉ କରିବା ସହ ମଦ ଜବତ କରିଥିଲା। ଏହାକୁ ବିରୋଧ କରି ଦୋକାନୀଙ୍କ ପରିବାର ଓ ସମର୍ଥକମାନେ ପୋଲିସଙ୍କୁ ଆକ୍ରମଣ କରିବା ସହ ଗାଳିଗୁଲଜ କରି ମଦ ଛଡ଼ାଇ ନେଇଥିଲେ। ଏହା ପରେ ପୋଲିସ ଟିମ୍‌ ଫେରି ଆସିଥିଲା। ତେବେ ମଦ ଜବତ ବେଳେ ପୋଲିସ ଓ ମଦ ବେପାରୀ ମୁହଁାମୁହିଁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣି ସୋମବାର ସକାଳେ ଚୋରା ମଦ ଦୋକାନୀ ଓ ସେମାନଙ୍କ ପରିବାର, ସମର୍ଥକମାନେ ନରଦା ଛକରେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଖବରପାଇ ପୋଲିସ ପହଞ୍ଚି ୬ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନେ ଫେରାର ହୋଇଯାଇଥିଲେ। ପୋଲିସଙ୍କୁ ଆକ୍ରମଣ ଘଟଣାରେ ଏକ ମାମଲା (ନଂ.୧୨୭/୨୨)ରଜୁ ହୋଇଥିବା ବେଳେ ରାସ୍ତାରୋକୋ ଘଟଣାରେ ଆଉ ଏକ ମାମଲା (ନଂ.୧୨୮/୨୨)ରୁଜୁ ହୋଇଛି। ଖୁବଶୀଘ୍ର ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ବରାଡ଼ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri