ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା ପ୍ରଣବ ଅଭିଯୋଗ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ଉପରେ ଆକ୍ରମଣ ପରେ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିଜେଡି ମୁଖିଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ନବୀନ ଏକ୍ସରେ ଏକ ପୋଷ୍ଟ କରି ଲେଖିଥିଲେ, ”ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି।

ଜନପ୍ରତିନିଧିମାନେ ଯଦି ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ତଥା କାର୍ଯ୍ୟକଳାପକୁ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା, ସ୍ଥାଣୁ ତଥା ଏକପାଖିଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।”

ସୂଚନାଯୋଗ୍ୟ, ପ୍ରଣବ ବଳବନ୍ତରାୟ ରବିବାର ଆରୁହା ଗାଁରେ ମାଆ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ବିରୋଧ ତାଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଥିଲେ। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ସ୍ୱାଧୀନ ବିଧାୟକ ହିମାଂଶୁ ସାହୁଙ୍କ ନିର୍ଦ୍ଦେଶରେ ଗୁଣ୍ଡାମାନେ ବିଜେଡି ନେତାଙ୍କ ଗାଡ଼ି ଉପରେ ଲାଠି ଏବଂ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ସହିତ ପୂର୍ବତନ ବିଧାୟକଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି କରିଥିଲା।

ସୂଚନା ପାଇ ଜେନାପୁର ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଘଟଣା ପରେ, ବଳବନ୍ତରାୟ କାର୍ଯ୍ୟସୂଚୀ ଅନୁଯାୟୀ ଯଜ୍ଞସ୍ଥଳରେ ମା’ଙ୍କ ଦର୍ଶନ କରି ତାଙ୍କ ବାସଭବନକୁ ଫେରିଥିଲେ।ବଳବନ୍ତରାୟଙ୍କ ସହ ଯୋଗାଯୋଗ କରାଯିବାରୁ, ସେ ଘଟଣା ବିଷୟରେ ନିଶ୍ଚିତ କରିଥିଲେ ଏବଂ ଡଙ୍କାରୀ ଅଞ୍ଚଳର ପଥର ମାଫିଆମାନେ ଆକ୍ରମଣରେ ସମ୍ପୃକ୍ତ ଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri