ରେଲୱେ ଠିକାଦାର କ୍ୟାମ୍ପ ଉପରେ ଆକ୍ରମଣ, ମହିଳା ଶ୍ରମିକଙ୍କୁ ବଳାତ୍କାର ଉଦ୍ୟମ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): ସମ୍ବଲପୁର ରେଲୱେ ଡିଭିଜନ କେସିଙ୍ଗା ରେଲୱେ ଷ୍ଟେଶନର ଗୋଦାମ ନିକଟରେ ଥିବା ରେଲୱେ ଠିକାଦାରଙ୍କ କ୍ୟାମ୍ପ ଉପରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ଏହାସହ ୨୦ ପୁରୁଷ, ମହିଳା ଶ୍ରମିକଙ୍କୁ ମାଡ଼ ମାରିଥିବା କେସିଙ୍ଗା ଥାନାରେ ଅଭିଯୋଗ ହୋଇଛି।
ରାତିରେ ରେଲୱେ ଠିକାଦାରଙ୍କ କ୍ୟାମ୍ପରେ ଶ୍ରମିକମାନେ ଶୋଇଥିଲେ। ଏହି ସମୟରେ ଏକ ବୋଲେରୋରେ ପ୍ରାୟ ୧୦ ଜଣ ଦୁର୍ବୃତ୍ତ ଆସି ମଦ ପିଇବା ପାଇଁ ଗ୍ଲାସ ମାଗିଥିଲେ। ଶ୍ରମିକମାନେ ଆମ ପାଖରେ ଗୋଟିଏ ଗ୍ଲାସ ଅଛି, ସେଥିରେ ଆମେ ପାଣି ପଉଛୁ ଦେଇ ପାରିବୁ ନାହଁ କହିଥିଲେ। ପରେ ଦୁର୍ବୃତ୍ତମାନେ ଠେଙ୍ଗାରେ ଶ୍ରମିକଙ୍କୁ ମାଡ଼ ମାରିବା ସହିତ ମହିଳା ଶ୍ରମିକଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଉଲ୍ଲେଖ ରହିଛି। ଏହାସହ ୨ ଟି ମୋଟର ସାଇକେଲ, ୨ଟି ମୋବାଇଲ ଓ ୪ ହଜାର ଟଙ୍କା ଲୁଟି ନେଇଛନ୍ତି । ଏ ନେଇ ଶ୍ରମିକମାନେ ରେଲୱେ ଠିକାଦାର ବୈକୁଣ୍ଠ କରୁଆଙ୍କୁ ଜଣାଇଥିଲେ। ଠିକାଦାରଙ୍କ ସମେତ ୫ ଜଣ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଠିକାଦାରଙ୍କ  ରାତ୍ର ଜଗୁଆଳୀ ହାତ ଭାଙ୍ଗି ଯାଇଛି। ଏ ନେଇ ଥାନରେ କେସ ନଂ. ୧୦୮ / ୨୧ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri