ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି ପୋଲିସ। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବ। ରବିବାର ବାଛୋଳ ପଞ୍ଚାୟତର ୨ ଓ ୪ ନମ୍ବର ବୁଥ୍‌ରେ ଖବରଦାତାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ।

ସୂଚନାଯୋଗ୍ୟ, ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟ ବାକ୍ସ ଛଡ଼ାଇ ନେଉଥିଲେ କିଛି ଦୁର୍ବୃତ୍ତ। ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ଖବର ସଂଗ୍ରହ କରୁଥିବାବେଳେ ଦୁର୍ବୃତ୍ତମାନେ ଅମାନୁଷିକ ଭାବେ ଆକ୍ରମଣ କରିଥିଲେ। ଏପରିକି ଖବରଦାତାଙ୍କୁ ବାନ୍ଧି ବାଡ଼ାଇବା ସହ ଗାଡ଼ିକୁ ଟେକା ପଥର ମାଡ଼ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖବରଦାତାଙ୍କୁ ଉଦ୍ଧାର କରିଥିଲା।

ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ବରିଷ୍ଠ ଖବରଦାତାମାନେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲେ। ପରେ ଡିଜିପିଙ୍କ ନିର୍ଦ୍ଦେଶ ପରେ ବାଛୋଳ ଗାଁରେ ୫ଟି ଥାନାର ଥାନାଧିକାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଇଥିଲା । ଚଢ଼ାଉ ବେଳେ ଆକ୍ରମଣରେ ସମ୍ପୃକ୍ତ କୁହାଯାଉଥିବା ୨୫ ଜଣଙ୍କୁ ଉଠାଇ ଆଣିଥିଲା ପୋଲିସ। ସେମାନଙ୍କ ମଧ୍ୟରେ ୫ ପୁରୁଷ ୬ ମହିଳା ଗିରଫ ହୋଇଛନ୍ତି। ଏବେ ଏହି ଗାଁରେ କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri