ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବ। ସ୍ଥିତି ପରଖିବା ପାଇଁ ବିଞ୍ଝାରପୁର ଥାନାରେ ପହଞ୍ଚିଥିଲେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। ରବିବାର ବାଛୋଳ ପଞ୍ଚାୟତର ୨ ଓ ୪ ନମ୍ବର ବୁଥ୍‌ରେ ଖବରଦାତାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ।

ସୂଚନାଯୋଗ୍ୟ, ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟ ବାକ୍ସ ଛଡ଼ାଇ ନେଉଥିଲେ କିଛି ଦୁର୍ବୃତ୍ତ। ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ଖବର ସଂଗ୍ରହ କରୁଥିବାବେଳେ ଦୁର୍ବୃତ୍ତମାନେ ଅମାନୁଷିକ ଭାବେ ଆକ୍ରମଣ କରିଥିଲେ। ଏପରିକି ଖବରଦାତାଙ୍କୁ ବାନ୍ଧି ବାଡ଼ାଇବା ସହ ଗାଡ଼ିକୁ ଟେକା ପଥର ମାଡ଼ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖବରଦାତାଙ୍କୁ ଉଦ୍ଧାର କରିଥିଲା।

ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ବରିଷ୍ଠ ଖବରଦାତାମାନେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲେ। ପରେ ଡିଜିପିଙ୍କ ନିର୍ଦ୍ଦେଶ ପରେ ବାଛୋଳ ଗାଁରେ ୫ଟି ଥାନାର ଥାନାଧିକାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଇଥିଲା । ଚଢ଼ାଉ ବେଳେ ଆକ୍ରମଣରେ ସମ୍ପୃକ୍ତ କୁହାଯାଉଥିବା ୨୫ ଜଣଙ୍କୁ ଉଠାଇ ଆଣିଥିଲା ପୋଲିସ। ସେମାନଙ୍କ ମଧ୍ୟାରେ ୫ ଜଣ ମହିଳା ମଧ୍ୟ ରହିଛନ୍ତି। ଏବେ ଏହି ଗାଁରେ କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri