ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବ। ସ୍ଥିତି ପରଖିବା ପାଇଁ ବିଞ୍ଝାରପୁର ଥାନାରେ ପହଞ୍ଚିଥିଲେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। ରବିବାର ବାଛୋଳ ପଞ୍ଚାୟତର ୨ ଓ ୪ ନମ୍ବର ବୁଥ୍‌ରେ ଖବରଦାତାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ।

ସୂଚନାଯୋଗ୍ୟ, ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟ ବାକ୍ସ ଛଡ଼ାଇ ନେଉଥିଲେ କିଛି ଦୁର୍ବୃତ୍ତ। ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ଖବର ସଂଗ୍ରହ କରୁଥିବାବେଳେ ଦୁର୍ବୃତ୍ତମାନେ ଅମାନୁଷିକ ଭାବେ ଆକ୍ରମଣ କରିଥିଲେ। ଏପରିକି ଖବରଦାତାଙ୍କୁ ବାନ୍ଧି ବାଡ଼ାଇବା ସହ ଗାଡ଼ିକୁ ଟେକା ପଥର ମାଡ଼ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖବରଦାତାଙ୍କୁ ଉଦ୍ଧାର କରିଥିଲା।

ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ବରିଷ୍ଠ ଖବରଦାତାମାନେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲେ। ପରେ ଡିଜିପିଙ୍କ ନିର୍ଦ୍ଦେଶ ପରେ ବାଛୋଳ ଗାଁରେ ୫ଟି ଥାନାର ଥାନାଧିକାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଇଥିଲା । ଚଢ଼ାଉ ବେଳେ ଆକ୍ରମଣରେ ସମ୍ପୃକ୍ତ କୁହାଯାଉଥିବା ୨୫ ଜଣଙ୍କୁ ଉଠାଇ ଆଣିଥିଲା ପୋଲିସ। ସେମାନଙ୍କ ମଧ୍ୟାରେ ୫ ଜଣ ମହିଳା ମଧ୍ୟ ରହିଛନ୍ତି। ଏବେ ଏହି ଗାଁରେ କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri