ପୋଲିସ ଉପସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ

ନିଶ୍ଚିନ୍ତକୋଇଲି, ୨୩ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲରେ ଶନିବାର ବେଆଇନ୍‌ ବାଲି ବୋଝେଇ ଗାଡ଼ି ଉପରେ ଚଢ଼ାଉବେଳେ ଜଣେ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେ ହେଲେ ଗଣେଶ୍ୱର ହେମ୍ବ୍ରମ୍‌। ଚିକିତ୍ସିତ ହୋଇ ଫେରିବା ପରେ ସେ ମାହାଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଆକ୍ରମଣବେଳେ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ। ଫଳରେ ପୋଲିସର କାର୍ଯ୍ୟକାରିତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗଣେଶ୍ୱରଙ୍କ ଅଭିଯୋଗ ଅନୁଯାୟୀ, ମାହାଙ୍ଗା ତହସିଲ ଅଧୀନ ବିରୂପା ନଦୀରୁ ବେଆଇନ ବାଲି ଚାଲାଣ ସମ୍ପର୍କରେ ସୂଚନାପାଇ ଗଣେଶ୍ୱର ଏକ ସ୍ବତନ୍ତ୍ର ଟିମ୍‌ ସହ ସେଠାରେ ଚଢ଼ାଉ କରିଥିଲେ। ସେଠାରୁ ଏକ ନମ୍ବର ବିହୀନ ବାଲି ବୋଝେଇ ଟ୍ରାକ୍ଟର ଜବତ କରିଥିଲେ। ଏହି ସମୟରେ ସମ୍ପୃକ୍ତ ଟ୍ରାକ୍ଟର ମାଲିକ ଓ ଚାଳକ ଗଣେଶ୍ୱରଙ୍କୁ ଆକ୍ରମଣ କରିଥିଲେ। ଏନେଇ ରିପୋର୍ଟ ଲେଖା ହେବା ବେଳକୁ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା। ଏ ସମ୍ପର୍କରେ ଥାନା ଅଧିକାରୀ ରଞ୍ଜନ ପ୍ରଧାନଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମୋବାଇଲ୍‌ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri