ସରପଞ୍ଚଙ୍କୁ ଆକ୍ରମଣ,ଥାନାରେ ମାମଲା

ହିଞ୍ଜିଳିକାଟୁ, ୬।୧୦(ଡି.ଏନ.ଏ.): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ୍‌ ଅନ୍ତର୍ଗତ ତହଁର ସରପଞ୍ଚ ଶିବରାମ ମେହେଣାଙ୍କୁ କାଞ୍ଜିଆମା ଗ୍ରାମରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ ଯେ କାଞ୍ଜିଆମା ଗ୍ରାମରେ କୋଠିଶାଳ ଯାତ୍ରାକୁ ସରପଞ୍ଚଙ୍କୁ ପୂଜା କମିଟି ନିମନ୍ତ୍ରଣ କରିଥିଲେ। ସରପଞ୍ଚଙ୍କ ସମେତ ତାଙ୍କର କିଛି ସହଯୋଗୀ କାଞ୍ଜିଆମା କୋଠିଶାଳ ପୂଜାକୁ ଯାଇଥିଲେ। ସେଠାରେ ପ୍ରାୟ ୧୦ ଜଣ ପୂର୍ବ ଶତ୍ରୁତାକୁ ନେଇ ମେହେଣାଙ୍କୁ ଗାଳିଗୁଲଜ ସହ ତଳେ ପକାଇ ଆକ୍ରମଣ କରିଥିଲେ। ତେବେ ଅନ୍ୟ କିଛି ଲୋକ ତାଙ୍କୁ ଉଦ୍ଧାର କରିଥିଲେ ବୋଲି ସରପଞ୍ଚ ମେହେଣା ଗୁରୁବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ନଂ ୫୩୬/୨୨ରେ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ କାଞ୍ଜିଆମା ଗ୍ରାମର ଲକ୍ଷ୍ମୀ ଜେନା ନାମକ ମହିଳା ସରପଞ୍ଚଙ୍କ ନାମରେ ପାଲଟା ଅଭିଯୋଗ କରିଛନ୍ତି। ସରପଞ୍ଚ ମେହେଣା ଓ ତାଙ୍କ ସହଯୋଗୀମାନେ ତାଙ୍କୁ ଗାଳିଗୁଲଜ ସହ ଆକ୍ରମଣ ଧମକ ଦେଇଥିବା ଲକ୍ଷ୍ମୀ ଅଭିଯୋଗ କରିଛନ୍ତି। ଥାନାରେ ଏଥିନେଇ ନଂ ୫୩୭/୨୨ରେ ମାମଲା ରୁଜୁ ହୋଇଛି। ପୋଲିସ ଉଭୟ ମାମଲାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?