ରୋଷ ଚୁଲି ପାଇଁ ସେବାୟତଙ୍କୁ ଆକ୍ରମଣ

  1. ପୁରୀ ଅଫିସ,୧୦।୭: ଶ୍ରୀମନ୍ଦିରରେ ରୋଷ ଚୁଲିକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ସେବାୟତ ରଘୁନାଥ ମହାପାତ୍ର ନିଜ ଦାୟିତ୍ୱରେ ଥିବା ଚୁଲିକୁ ମରାମତି କରୁଥିବା ବେଳେ ତାଙ୍କୁ ଆକ୍ରମଣ କରାଯାଇଥିବା ସିଂହଦ୍ୱାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଚୁଲିଂ ନମ୍ବର ୭୪, ୭୫, ୭୬ ଓ ୭୭ରେ ସେବାୟତ ରଘୁନାଥ ମହାପାତ୍ର ଗଲା ବାରବର୍ଷ ହେବ ରୋଷେଇ କରି ମହାପ୍ରଭୁଙ୍କ ପାଖରେ ଭୋଗ ଲଗାଉଛନ୍ତି। ଆସନ୍ତା ୧୩ତାରିଖରେ ନୀଳାଚଳ ଅବଢ଼ା ବାହାରିବାକୁ ଥିବା ହେତୁ ଶନିବାର ମିସ୍ତ୍ରି ନେଇ ନିଜର ଚୁଲିଗୁଡ଼ିକୁ ମରାମତି କରୁଥିଲେ। ସେହି ସମୟରେ ଅନ୍ୟ ଜଣେ ସେବାୟତ ୫ରୁ ୬ଜଣ ଅସାମାଜିକ ବ୍ୟକ୍ତିଙ୍କୁ ସାଙ୍ଗରେ ନେଇ ସେଠାରେ ଚୁଲି ମରାମତି ନ କରିବା ପାଇଁ କହିଥିଲେ। ସେବାୟତ ରଘୁନାଥ ଏହାର ପ୍ରତିବାଦ କରିବାରୁ ଏକ ଗୋଟା ଇଟା ତାଙ୍କ ମୁଣ୍ଡକୁ ନରସିଂହ ମାରିଥିଲେ। ରଘୁନାଥଙ୍କ ପରିବାର ଲୋକେ ଓ ଶ୍ରୀମନ୍ଦିର କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ରଘୁନାଥ ନିଜ ଚୁଲିର ସୁରକ୍ଷା ମାଗି ପୋଲିସର ଦ୍ୱାରସ୍ଥ ହୋଇଛନ୍ତି। ସେ କହିଛନ୍ତି, ୧୨ ବର୍ଷ ହେବ ଯେଉଁ ଚୁଲିରେ ରୋଷେଇ କରୁଛି, ସେହି ଚୁଲି ଉପରେ ଆକ୍ରମଣକାରୀ ସେବାୟତଙ୍କ ନଜର ରହିଛି। ଏ ନେଇ ପୋଲିସ ପ୍ରାଥମିକ ତଦନ୍ତ ଚଳାଇଛି। ଉଲ୍ଲେଖଯୋଗ୍ୟ, ମହାସୁଆର ନିଯୋଗ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସୁଆରମାନେ ନିଜ ନିଜର ଚୁଲି ମରାମତି କାର୍ଯ୍ୟ କରିଥାଆନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri