Posted inଜାତୀୟ

ସୁସ୍ମିତା ଦେବଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୩।୧୦: ୨୦୨୩ରେ ହେବାକୁ ଥିବା ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଚାର ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ସୁସ୍ମିତା ଦେବଙ୍କ କାର୍‌କୁ ଆକ୍ରମଣ କରାଯାଇଛି। ଭାଜପା କର୍ମୀମାନେ ତାଙ୍କ କାର୍‌କୁ ଟାର୍ଗେଟ କରିଥିବା ସୁସ୍ମିତା ଟୁଇଟରରେ ଅଭିଯୋଗ ଆଣିଛନ୍ତି।
ସୁସ୍ମିତା କଂଗ୍ରେସ ଛାଡ଼ି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସିରେ ଯୋଗଦେବା ପରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ଟିଏମ୍‌ସି ତ୍ରିପୁରାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିପାରେ ବୋଲି କୁହାଯାଉଛି। ବିଧାନସଭା ନିର୍ବାଚନକୁ ବର୍ଷେରୁ ଅଧିକ ସମୟ ବାକି ଥିବାବେଳେ ସେ ଶୁକ୍ରବାର ‘ତ୍ରିପୁରାର ଜୋନୋ ତୃଣମୂଳ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ସୁସ୍ମିତା ଏକ କାର୍‌ରେ ପ୍ରଚାର ପାଇଁ ଯାଉଥିବାବେଳେ ଓ୍ବେଷ୍ଟ ତ୍ରିପୁରା ଜିଲା ଅମ୍‌ତୁଲି ନିକଟରେ ଭାଜପା କର୍ମୀ ଟାର୍ଗେଟ କରିଥିଲେ। ଏଥିରେ ସୁସ୍ମିତା ଓ ତାଙ୍କର କେତେଜଣ ସହଯୋଗୀ ଆହତ ହୋଇଛନ୍ତି। ଏପରିକି ଆକ୍ରମଣକାରୀମାନେ ସେମାନଙ୍କ ଫୋନ ମଧ୍ୟ ଛଡ଼ାଇନେଇଥିଲେ। ଏନେଇ ସେ ଅମ୍‌ତୁଲି ଥାନରେ ଲିଖିତ ଅଭିଯୋଗ କରିଛନ୍ତି। ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ରାଜ୍ୟରେ ଟିଏମ୍‌ସିର ଉପସ୍ଥିତିକୁ ବରଦାସ୍ତ କରିପାରୁ ନାହାନ୍ତି ବୋଲି ପୁଣିଥରେ ପ୍ରମାଣିତ କରିଛନ୍ତି। ବିରୋଧୀ ନେତାଙ୍କ ଉପରେ ଏପରି ଆକ୍ରମଣ କେବେ ବନ୍ଦ ହେବ ବୋଲି ଟିଏମ୍‌ସି ପକ୍ଷରୁ ପ୍ରଶ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri