ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ ଦାରିଙ୍ଗବାଡି ବ୍ଲକ ବୁଡାଙ୍ଗପିପିଲି। ନହୁ ସକାଳୁ ସ୍କୁଲକୁ ବାଇକ ଯୋଗେ ଯିବା ବେଳେ ତାଙ୍କ ସମ୍ପର୍କୀୟ ସାନ ପ୍ରଧାନ ତାଙ୍କ ସହ ରାଣିପାଙ୍ଗାରେ ମୋର କାମ ଅଛି ତୁମ ସହ ଯିବି କହିଥିଲେ। ଏଥିରେ ନହୁ ସମ୍ପର୍କୀୟ ସାନଙ୍କୁ ସାଥିରେ ନେଇ ଯିବା ସମୟରେ ପର୍ତ୍ତମାହା ପଞ୍ଚାୟତ କଟାବାଡି ଗ୍ରାମ ନିକଟ ଏକ ଜଙ୍ଗଲରେ ସମ୍ପର୍କୀୟ ପୁତୁରା ସାନ ହଠାତ ଏକ ଧାରୁଆ ଅସ୍ତ୍ରରେ ପଛପଟୁ ବେକକୁ ଆକ୍ରମଣ କରି ଗୋଟିଏ ବ୍ରିଜ ତଳକୁ ଠେଲି ଦେବା ସହ ବ୍ରିଜ ତଳେ ମଧ୍ୟ ମରଣାନ୍ତକ ଆକ୍ରମଣ କରୁଥିଲେ।

ଏହି ସମୟରେ ଜଙ୍ଗଲରେ କାମ କରୁଥୁବା ଲୋକ ଆସି ନହୁଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ନହୁଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟତ୍ର ପଠାଇଥିବା ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ସାନଙ୍କୁ ସ୍ଥାନୀୟ ଲୋକ କାବୁ କରି ପୋଲିସ ଜିମା ଦେଇଥିଲେ। ସମ୍ପର୍କୀୟ ସାନ କାହିଁକି ଏଭଳି ଆକ୍ରମଣ କରିଛନ୍ତି ସେ ସମ୍ପର୍କରେ କାରଣ ଅସ୍ପଷ୍ଟ ଥିବା ବେଳେ ଏହା ପୁର୍ବ ଶତ୍ରୁତା ରହିଥାଇପାରେ ବୋଲି ପୋଲିସ ସନ୍ଦେହ କରିଛି। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri