ଭୋଜି ବନ୍ଦ ପାଇଁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ

ଆର.ଉଦୟଗିରି,୮।୫(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଗ୍ରାମ ଖ୍ରୀଷ୍ଟିଆନ ସାହିରେ ଶୁକ୍ରବାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ଏକ ବାହାଘର ଭୋଜି ଚାଲିଥିଲା। ଖବରପାଇ ଆର୍‌. ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ବନ୍ଦ କରିବାକୁ ଯାଇଥିବା ବେଳେ ତାଙ୍କୁ ଆକ୍ରମଣ ହୋଇଥିଲା। ତହସିଲଦାରଙ୍କ ଗାଡ଼ି ଡ୍ରାଇଭର ଓ ସାଙ୍ଗରେ ଯାଇଥିବା ସ୍ଥାନୀୟ ପୋଲିସ ମଧ୍ୟ ଆକ୍ରମଣର ଶୀକାର ହୋଇଛନ୍ତି। ସମସ୍ତ ଆହତ ଆର.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ତହସିଲଦାର ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି। ଗିରଫ ଭୟରେ ଖ୍ରୀଷ୍ଟିଆନ ସାହିର ଯୁବକମାନେ ଫେରାର୍‌ ହୋଇଯାଇଛନ୍ତି। ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ଭୋଜି ସହ କରୋନା ନିୟମକୁ ଉଲ୍ଲଂଘନ କରି ବରଯାତ୍ରୀ ଦଳ ମାସ୍କ ନ ପିନ୍ଧି ବାଣ ଫୁଟାଇ ନାଚ ଗୀତ କରୁଥିଲେ। ଗ୍ରାମର କୌଣସି ବ୍ୟକ୍ତି ଫୋନ କରି ତହସିଲଦାର ଶତପଥୀଙ୍କୁ ଜଣାଇଥିଲେ। ତହସିଲଦାର ସ୍ଥାନୀୟ ପୋଲିସ ସହ ସେଠାରେ ପହଞ୍ଚତ୍ କାହିଁକି କୋଭିଡ୍‌ ନିୟମ ଉଲ୍ଲଂଘନ କରୁଛ ପଚାରିଥିଲେ। ଏଥିରେ ବରଯାତ୍ରୀ ଦଳରେ ଥିବା ଯୁବକମାନେ ଉତ୍ତ୍ୟକ୍ତ ହୋଇ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ଆର୍‌. ଉଦୟଗିରି ଏସ୍‌ଡିପିଓ ଦିଲୀପ କୁମାର ନାୟକଙ୍କୁ ପଚାରିବାରେ ଘଟଣାର ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri