ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ

ଓ୍ବାଶିଂଟନ,୬ା୧: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସିନ୍‌ସିନାଟିସ୍ଥିତ ଘର ଉପରେ ରାତିରେ ଆକ୍ରମଣ ହୋଇଛି। ଘରର ଅନେକ ଝରକା ଭାଙ୍ଗିଯାଇଛି। ଆକ୍ରମଣ ଖବର ପାଇ ଆମେରିକା ସିକ୍ରେଟ ସର୍ଭିସ୍‌ ଏଜେଣ୍ଟମାନେ ସୋମବାର ଭୋର ସମୟରେ ଭାନ୍ସଙ୍କ ଇଷ୍ଟ ଓ୍ବାଲନଟ୍‌ ହିଲ୍ସ ବାସଭବନରେ ପହଞ୍ଚତ୍ଥିଲେ। ସେମାନେ ଜଣେ ସନ୍ଦିଗ୍ଧକୁ ଧରିଥିବାବେଳେ ତାଙ୍କ ବିରୋଧରେ ଆକ୍ରମଣ ମାମଲା ରୁଜୁ ହୋଇଥିବା ସ୍ପଷ୍ଟ ହୋଇନାହିଁ। ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଥିବା ସ୍ଥାନୀୟ ପୋଲିସ କହିଛି। ଆକ୍ରମଣ ସମୟରେ ଭାନ୍ସଙ୍କ ପରିବାର ଘରେ ନ ଥିଲେ। ଆକ୍ରମଣକାରୀ ଘରେ ପଶିଥିବା ବିଶ୍ୱାସ ହେଉନାହିଁ ବୋଲି ଅଧିକାରୀମାନେ କହିଛନ୍ତି। ସ୍ଥାନୀୟ ରିପୋର୍ଟ ଅନୁଯାୟୀ ଗତ ଶୁକ୍ରବାର ଭାନ୍ସ ଫ୍ଲୋରଡାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ସାରା ଦିନ ରହିଥିଲେ। ଭେନେଜୁଏଲା ଉପରେ ଆକ୍ରମଣକୁ ଭିଡିଓ କନ୍‌ଫରେନ୍ସ ଜରିଆରେ ଦେଖିବା ପରେ ସିନ୍‌ସିନାଟି ଫେରିଥିଲେ। ଫ୍ଲୋରିଡା ଆକ୍ରମଣ ଯୋଜନା ଓ ପ୍ରକ୍ରିୟା ସହ ଭାନ୍ସ ଗଭୀର ଭାବେ ଜଡ଼ିତ ଥିଲେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଭାନ୍ସଙ୍କ ଘର ଉପରେ ଆକ୍ରମଣ ପରେ ସେଠାରେ ପୋଲିସ ଓ ସିକ୍ରେଟ୍‌ ସର୍ଭିସ କର୍ମଚାରୀମାନେ ଜଗିରହିଛନ୍ତି।
ରିପବ୍ଲିକାନ୍‌ ଭାନ୍ସ ଓହିଓରୁ ଆମେରିକା ସିନେଟ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରିବା ସହ ଉପରାଷ୍ଟ୍ରପତି ଅଛନ୍ତି। ଆକ୍ରମଣ ଘଟଣାରେ ତାଙ୍କ କାର୍ଯ୍ୟାଳୟ ସିକ୍ରେଟ୍‌ ସର୍ଭିସ୍‌କୁ ସିଧା ପ୍ରଶ୍ନ କରିଛି। ଆକ୍ରମଣରେ ସିକ୍ରେଟ ସର୍ଭିସର ଏକ ଗାଡ଼ି ମଧ୍ୟ ଭାଙ୍ଗିଯାଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri