Posted inଜାତୀୟ

ଲଖିମପୁର ଖେରି ଘଟଣାର ମୁଖ୍ୟ ସାକ୍ଷୀଙ୍କୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ,୧୧।୧୨: ବହୁଚର୍ଚ୍ଚିତ ଲଖିମପୁର ଖେରି ହିଂସା ଘଟଣାର ମୁଖ୍ୟ ସାକ୍ଷୀ ପ୍ରବଜୋତ୍‌ ସିଂ ଏବଂ ତାଙ୍କ ସାନଭାଇ ସରଓ୍ବଜିତ୍‌ ସିଂଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଫଳରେ ପ୍ରବଜୋତ୍‌ ଓ ସରଓ୍ବଜିତ୍‌ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଆକ୍ରମଣ ଦୁଇ ଗୋଷ୍ଠୀ ମଧ୍ୟରେ ଶତ୍ରୁତା ଏବଂ ଗଣ୍ଡଗୋଳରୁ ହୋଇଥିବା ପୋଲିସ କହୁଥିବା ବେଳେ ଲଖିମପୁର ଖେରି ହିଂସା ମାମଲା ଲିଙ୍କ୍‌କୁ ପୋଲିସ ଅସ୍ବୀକାର କରିଛି।

ମିଳିଥିବା ସୂଚନା ମୁତାବକ, ପ୍ରବଜୋତ୍‌ ଏବଂ ତାଙ୍କ ଭାଇ ଏକ ସମାରୋହରେ ଯୋଗଦେବାକୁ ଯାଇଥିଲା ବେଳେ ୩ ଜଣ ଯୁବକ ଅତର୍କିତ ଭାବେ ଉଭୟଙ୍କୁ ଆକ୍ରମଣ କରିଥିଲେ।

ସୂଚନାଯୋଗ୍ୟ, ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଏଥିରେ ସମ୍ପୃକ୍ତି ରହିଥିବା ଅଭିଯୋଗ ହୋଇଛି । ତାଙ୍କର ଘନିଷ୍ଠ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହେଲେ ପୋଲିସ ଏଫ୍‌ଆଇଆର୍‌ରୁ ଆଶିଷଙ୍କ ନାଁ ହଟାଇବାକୁ ବାଧ୍ୟ କରୁଛି ବୋଲି ଆକ୍ରମଣର ଶିକାର ହୋଇଥିବା ପ୍ରବଜୋତ୍‌ ଅଭିଯୋଗ କରିଛନ୍ତି।

ସେପଟେ ଦୁଇ ଗୋଷ୍ଠୀ ଗଣ୍ଡଗୋଳରୁ ଏହି ଆକ୍ରମଣ ହୋଇଛି ବୋଲି ପୋଲିସ କହିଛି । ଲଖିମପୁର ଖେରି ମାମଲାରେ ଡିସେମ୍ବର ୬ ତାରିଖରେ କେନ୍ଦ୍ର ମନ୍ତ୍ରୀ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ସମେତ ସମସ୍ତ ୧୪ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ପୋଲିସ ତାଙ୍କ ବିରୋଧରେ ଆଇପିସିର ବିଭିନ୍ନ ଧାରା ସମେତ ମୋଟର ଯାନ ଅଧିନିୟମର ଧାରା ୧୭୭ ଅନୁଯାୟୀ ଚାର୍ଜଶିଟ ଦାଖଲ କରିଛି। ଡିସେମ୍ବର ୧୬ରୁ ମାମଲାର ଶୁଣାଣି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri