ଟେନସା ଫାଣ୍ଡିର ଦୁଇ କନଷ୍ଟେବଳଙ୍କୁ ଆକ୍ରମଣ: ଫେରାର ହେଲେ… 

ଟେନସା,୯।୪:(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଟେନସା ଫାଣ୍ଡି ଅନ୍ତର୍ଗତ ଟେନସା ସି ବ୍ଲକଠାରେ ଦୁଇ ପରିବାର ମଧ୍ୟରେ ଝଗଡା ହେବାର ଖବରପାଇ ଟେନସା ଫାଣ୍ଡିରୁ ଦୁଇ  କନଷ୍ଟେବଳ ପୃଥ୍ବୀରାଜ ପରିଡା, ଜିତେନ୍ଦ୍ର ରାଉତରାୟ ସ୍ଥିତି ସମାଧାନ ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ।  ଏହି ସମୟରେ ମାଙ୍ଗାରା ମୁଣ୍ଡା ଏକ ଟାଙ୍ଗିଆ ଧରି  ଗାଳି ଗୁଲଜ କରୁଥିଲେ।  ହେଲେ ସେଠାରେ ପୋଲିସ ଟାଙ୍ଗିଆ ଛଡାଇଥିଲା।  ପରେ ମାଙ୍ଗାରା  ଏକ ଛୁରି  ସାହାଯ୍ୟରେ ଆକ୍ରମଣ କରିଥିଲେ। ଏଥିରେ  ଦୁଇ କନଷ୍ଟେବଳ ଆହାତ ହୋଇଥିଲେ।
ପରେ ମାଙ୍ଗାରା ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା। ଆହାତ୨ ଦୁଇ କନଷ୍ଟେବଳ ବଳଙ୍କୁ ଟେନସା ଇସ୍ପାତ ଡାକ୍ତରଖାନାକୁ ନିଆଯାଇଥିଲା। ପୃଥ୍ବୀରାଜ ପରିଡା ଗୁରୁତର  ଥିବାରୁ ତାଙ୍କୁ ରାଉରକେଲା ଆରଜିଏଚ୍‌କୁ ପଠାଯାଇଛି । ଜିତେନ୍ଦ୍ର ରାଉତରାୟ ସାମାନ୍ୟ ଆହାତ ହୋଇଥିଲେ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ  ଛାଡି ଦିଆଯାଇଛି । ଘଟଣା ସ୍ଥଳରେ ଲହୁଣୀପଡା ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି । ମାଙ୍ଗାରାଙ୍କ ପରିବାରକୁ ଟେନସା ଫାଣ୍ଡିରେ ରଖି ପଚରାଉଚାରା ଜାରି ରଖିଛି। ସେ ଖୁବଶୀଘ୍ର  ଧରା ପଡବେ ବୋଲି ପୋଲିସ କହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri