ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ: ଶଳା-ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ବୁଧବାର ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାନ୍ନପୁଲ୍ଲୀ ଗ୍ରାମର ପି. ନୀଳାମ୍ବର ରେଡ୍ଡୀ(୩୨) ଓ ରମ୍ଭା ଥାନା ଅଧିନସ୍ଥ କାର୍ତ୍ତିକଡ଼ି ଗ୍ରାମ ଆର୍‌ ବିନୋଦ ରେଡ୍ଡୀ (36) ବୋଲି ବ୍ରହ୍ମପୁର ଏସ୍‌ପି ପ୍ରେସ୍‌ ରିଲିଜରେ ବୁଧବାର ସୂଚନା ଦେଇଛନ୍ତି।

ସୂଚନାନୁସାରେ ପାନାପୁଲ୍ଲୀ ଗ୍ରାମ ଟି.ଜୟ ଜଗନ୍ନାଥ ରେଡ୍ଡୀ ଗ୍ରାମ ମୁଖ୍ୟ ରୂପେ କାର୍ଯ୍ୟ କରନ୍ତି। ଗତ ୧୦ ତାରିଖ ସକାଳେ ବାଇକ୍‌ରେ ତୁଳୁରୁ ଗ୍ରାମକୁ ଜୟ ଫେରୁଥିବା ବେଳେ ସେହି ଗ୍ରାମର ନୀଳାମ୍ବର ତାଙ୍କ ଭିଣୋଇ ମିଶି ମଝିରେ ଅଟକାଇ ଲୁହା ରଡ୍‌ ଓ ହାତୁଡ଼ିରେ ମରଣାନ୍ତକ ଆକ୍ରମଣ କରି ଉଭୟ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ଓ ପରିବାର ଲୋକେ ଆହତ ଜୟଙ୍କୁ ଉଦ୍ଧାର କରି କେଳୁଆପୁଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଉତ୍ତମ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ଜୟଙ୍କୁ ନେଇଥିଲେ। ଏ ନେଇ ଗୋଳନ୍ଥରା ଥାନାରେ ଅପରାହ୍ନରେ ଜୟ ଲିଖିତ ଅଭିଯୋଗ କରିଥିଲେ।  କେସ୍‌ ନଂ ୧୦୩/୨୪ ଅନୁଯାୟୀ, ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଘଟଣା ପରଠାରୁ ଅଭିଯୁକ୍ତମାନେ ଫେରାର ଥିଲେ। ନୀଳାମ୍ବର ଓ ବିନୋଦ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଥିବା ବେଳେ ଗୋଳନ୍ଥରା ଥାନା ପୋଲିସ ଏକ ଟିମ୍‌ ସେଠାରେ ଚଢ଼ାଉ କରି ଉଭୟଙ୍କୁ କାବୁ କରିଥିଲା। ବୁଧବାର ଦୁଇ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ନୀଳାମ୍ବରଙ୍କ ନାଁରେ  ୨୦୨୦ରେ ଗୋଳନ୍ଥରା ଥାନାରେ ଗୋଟିଏ ମାମଲା ଥିବା ବେଳେ ବିନୋଦଙ୍କ ନାଁରେ ମଧ୍ୟ ରମ୍ଭା ଥାନାରେ ଗୋଟିଏ ମାମଲା ରହିଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri