ମହିଳା ଆଇନଜୀବୀ, କୋର୍ଟ ସିଏସ୍‌ଆଇଙ୍କୁ ଆକ୍ରମଣ: ତେଜିଲା ଅଭିଯୁକ୍ତଙ୍କ ଗିରଫ ଦାବି

ଭଞ୍ଜନଗର,୧୭।୧୧(ଡି.ଏନ୍‌.ଏ.): ଭଞ୍ଜନଗର ବାର୍‌ ଆସୋସିଏଶନର ବରିଷ୍ଠ ମହିଳା ଆଇନଜୀବୀ ଅଭାଙ୍ଗିନୀ ବିଷୋୟୀ, କୋର୍ଟର ପୂର୍ବତନ ସିଏସ୍‌ଆଇ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ସମେତ ୫ଜଣଙ୍କୁ ବୁଧବାର ରାତିରେ କେତେଜଣ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ରାଜେନ୍ଦ୍ରଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବାର୍‌ ଆସୋସିଏଶନ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି । ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଗୁରୁବାର ବାର୍‌ ଆସୋସିଏଶନ ବୈଠକରେ ଦାବି କରାଯାଇଛି। ପୋଲିସ ଟାଳଟୁଳ ନୀତି ଅବଲମ୍ବନ କଲେ ବାର୍‌ ଆସୋସିଏଶନ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଭାପତି ସନ୍ତୋଷ କୁମାର ନାୟକ ସୂଚନା ଦେଇଛନ୍ତି। ସନ୍ଧ୍ୟାରେ ବାର୍‌ ଆସୋସିଏଶନ କର୍ମକର୍ତ୍ତାମାନେ ଥାନାକୁ ଯାଇ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ।

ବୁଧବାର ରାତି ପ୍ରାୟ ୧୦ଟାରେ ଭଞ୍ଜନଗର କଳିଙ୍ଗନଗର ଦ୍ୱିତୀୟ ଲାଇନ ବାସିନ୍ଦା ଅଜିତ କୁମାର ସେଠୀ ନାହାତୋଟାସାହି ଆଡ଼େ କୌଣସି କାମରେ ଯାଇଥିଲେ । ଏହି ସମୟରେ କେତେଜଣ ଯୁବକ କୌଣସି କଥାକୁ ନେଇ ତାଙ୍କ ସହ ବଚସା କରିବା ସହ ପରେ ଆକ୍ରମଣ କରିଥିଲେ। ଅଜିତ୍‌ ନିଜକୁ ବଞ୍ଚାଇବାକୁ ଆଇନଜୀବୀ ଅଭାଙ୍ଗିନୀଙ୍କ ଘରକୁ ଚାଲି ଆସିଥିଲେ। ଅଭାଙ୍ଗିନୀଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣି ସାହିବାସିନ୍ଦାଙ୍କୁ ଡ଼ାକିବାରୁ ସେମାନେ ଫେରାର ହୋଇଯାଇଥିଲେ। ପରେ ଅଜିତ ଥାନାକୁ ଯାଇ ଅଭିଯୋଗ କରିଥିଲେ। ଅଜିତଙ୍କୁ ଅଭାଙ୍ଗିନୀ ସହାୟତା ଯୋଗାଇଥିବା ସନ୍ଦେହ କରି ଅଭିଯୁକ୍ତମାନେ ତାଙ୍କ ଘରେ ପଶି ୨ଟି ବାଇକ୍‌କୁ ଭାଙ୍ଗି ଦେଇଥିଲେ । ପ୍ରତିବାଦ କରିବାରୁ ସେମାନେ ଅଭାଙ୍ଗିନୀ, ତାଙ୍କ ଭାଇ ଦୁଃଖୀଶ୍ୟାମ, ଭାଉଜ ସୁଜତାଙ୍କୁ ଆକ୍ରମଣ କରିଥିଲେ। ଏକରିକି ଅଭାଙ୍ଗିନୀଙ୍କ ଘର ନିକଟରେ ରହୁଥିବା କୋର୍ଟ ସିଏସ୍‌ଆଇ ପଣ୍ଡାଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି। ଏନେଇ ଅଭାଙ୍ଗିନୀ, ରାଜେନ୍ଦ୍ର ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri