ମହିଳା ଆଇନଜୀବୀ, କୋର୍ଟ ସିଏସ୍‌ଆଇଙ୍କୁ ଆକ୍ରମଣ: ତେଜିଲା ଅଭିଯୁକ୍ତଙ୍କ ଗିରଫ ଦାବି

ଭଞ୍ଜନଗର,୧୭।୧୧(ଡି.ଏନ୍‌.ଏ.): ଭଞ୍ଜନଗର ବାର୍‌ ଆସୋସିଏଶନର ବରିଷ୍ଠ ମହିଳା ଆଇନଜୀବୀ ଅଭାଙ୍ଗିନୀ ବିଷୋୟୀ, କୋର୍ଟର ପୂର୍ବତନ ସିଏସ୍‌ଆଇ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ସମେତ ୫ଜଣଙ୍କୁ ବୁଧବାର ରାତିରେ କେତେଜଣ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ରାଜେନ୍ଦ୍ରଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବାର୍‌ ଆସୋସିଏଶନ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି । ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଗୁରୁବାର ବାର୍‌ ଆସୋସିଏଶନ ବୈଠକରେ ଦାବି କରାଯାଇଛି। ପୋଲିସ ଟାଳଟୁଳ ନୀତି ଅବଲମ୍ବନ କଲେ ବାର୍‌ ଆସୋସିଏଶନ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଭାପତି ସନ୍ତୋଷ କୁମାର ନାୟକ ସୂଚନା ଦେଇଛନ୍ତି। ସନ୍ଧ୍ୟାରେ ବାର୍‌ ଆସୋସିଏଶନ କର୍ମକର୍ତ୍ତାମାନେ ଥାନାକୁ ଯାଇ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ।

ବୁଧବାର ରାତି ପ୍ରାୟ ୧୦ଟାରେ ଭଞ୍ଜନଗର କଳିଙ୍ଗନଗର ଦ୍ୱିତୀୟ ଲାଇନ ବାସିନ୍ଦା ଅଜିତ କୁମାର ସେଠୀ ନାହାତୋଟାସାହି ଆଡ଼େ କୌଣସି କାମରେ ଯାଇଥିଲେ । ଏହି ସମୟରେ କେତେଜଣ ଯୁବକ କୌଣସି କଥାକୁ ନେଇ ତାଙ୍କ ସହ ବଚସା କରିବା ସହ ପରେ ଆକ୍ରମଣ କରିଥିଲେ। ଅଜିତ୍‌ ନିଜକୁ ବଞ୍ଚାଇବାକୁ ଆଇନଜୀବୀ ଅଭାଙ୍ଗିନୀଙ୍କ ଘରକୁ ଚାଲି ଆସିଥିଲେ। ଅଭାଙ୍ଗିନୀଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣି ସାହିବାସିନ୍ଦାଙ୍କୁ ଡ଼ାକିବାରୁ ସେମାନେ ଫେରାର ହୋଇଯାଇଥିଲେ। ପରେ ଅଜିତ ଥାନାକୁ ଯାଇ ଅଭିଯୋଗ କରିଥିଲେ। ଅଜିତଙ୍କୁ ଅଭାଙ୍ଗିନୀ ସହାୟତା ଯୋଗାଇଥିବା ସନ୍ଦେହ କରି ଅଭିଯୁକ୍ତମାନେ ତାଙ୍କ ଘରେ ପଶି ୨ଟି ବାଇକ୍‌କୁ ଭାଙ୍ଗି ଦେଇଥିଲେ । ପ୍ରତିବାଦ କରିବାରୁ ସେମାନେ ଅଭାଙ୍ଗିନୀ, ତାଙ୍କ ଭାଇ ଦୁଃଖୀଶ୍ୟାମ, ଭାଉଜ ସୁଜତାଙ୍କୁ ଆକ୍ରମଣ କରିଥିଲେ। ଏକରିକି ଅଭାଙ୍ଗିନୀଙ୍କ ଘର ନିକଟରେ ରହୁଥିବା କୋର୍ଟ ସିଏସ୍‌ଆଇ ପଣ୍ଡାଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି। ଏନେଇ ଅଭାଙ୍ଗିନୀ, ରାଜେନ୍ଦ୍ର ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?