ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ ଘରେ ଏକାକୀ ରହୁଥିଲେ। ଆକ୍ରମଣ ପରେ ଟିକନ ଘୋଷାରି ହୋଇ ଚୁଡ଼ାପଟ୍ଟି ରାସ୍ତା ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ସ୍ଥାନୀୟ ଲୋକେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖିବା ପରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକସ୍ଥିତ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଟିକନଙ୍କ ପଡ଼ୋଶୀ ଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ଦୁର୍ବୃତ୍ତଙ୍କୁ ଖୋଜୁଛି। ଟିକନଙ୍କ ଶରୀରର ଅନେକ କ୍ଷତ ହୋଇଥିବା ବେଳେ ମୁଣ୍ଡ, ବାମ ଗୋଡ଼ ଓ ବାମ ହାତରେ ଗଭୀର ଆଘାତ ଲାଗିଛି। କୌଣସି ଧାରୁଆ ଅସ୍ତ୍ର ସହାୟତାରେ ତାଙ୍କୁ ଆକ୍ରମଣ କରାଯାଇଥିବା ପୋଲିସ ଅନୁମାନ କରୁଛି।
ତେବେ ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଟିକନ ଜଣେ ନିିଶା ବେପାରୀ। ତାଙ୍କ ଘରକୁ ଅନେକ ନିଶାସେବନକାରୀ ଆସିଥାନ୍ତି। ନିଶା ବେପାରକୁ କେନ୍ଦ୍ର କରି ତାଙ୍କ ଉପରେ ଆକ୍ରମଣ ହୋଇଥିବା ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି। ଟିକନଙ୍କ ପରିବାର ଲୋକେ ଦିଲ୍ଲୀରେ ରହୁଛନ୍ତି। ତାଙ୍କର ମା’ ଓ ଦୁଇ ଭଉଣୀ ଥିବାବେଳେ କେହି ତାଙ୍କ ପାଖରେ ରହୁନାହାନ୍ତି। ସେ ଏକାକୀ ଏଠାରେ ରୁହନ୍ତି। ପୋଲିସ ଟିକନଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରି ଏତଲା ଦେଇଥିବା ବେଳେ ଏକାଧିକ ଦୁର୍ବୃତ୍ତ ଏହି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା ଅନୁମାନ କରୁଛି। ସେହିଭଳି ଚିକିତ୍ସା ପରେ ଟିକନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ଆଇଆଇସି ଗୋକୁଳ ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri